ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ ଏକ ବୋଲେରୋ ଗାଡ଼ି ସମ୍ପୂର୍ଣ୍ଣ ରୂପେ ଚୁରମାର ହୋଇଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଅଦାନୀ ଫାଉଣ୍ଡେସନ ଦ୍ୱାରା ପରିଚାଳିତ ଏହି ସ୍ୱତନ୍ତ୍ର ରେଳ ଲାଇନଟି ମାଲ ପରିବହନ ନିମନ୍ତେ ବ୍ୟବହାର କରାଯାଏ। ଆଜି ଏହି ପଥ ଦେଇ ଏକ ମାଲବାହୀ ଟ୍ରେନ ଯାଉଥିବା ସମୟରେ ସେଠାରେ ଥିବା ବୋଲେରୋ ଗାଡ଼ିଟିକୁ ଶକ୍ତ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ଗାଡ଼ିଟିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ତେବେ ଟ୍ରେନଟି ମାଲ ନେଇ କେଉଁଠାରୁ କେଉଁ ସ୍ଥାନକୁ ଯାଉଥିଲା, ସେ ନେଇ ସଠିକ୍ ସୂଚନା ମିଳିପାରି ନାହିଁ। ଦୁର୍ଘଟଣାଗ୍ରସ୍ତ ବୋଲେରୋ ଗାଡ଼ିଟି କମ୍ପାନୀର ବୋଲି ପ୍ରାଥମିକ ଭାବେ ଅନୁମାନ କରାଯାଉଛି। ଏହି ସମ୍ପର୍କରେ ଅଧିକ ସୂଚନା ପାଇଁ କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେମାନଙ୍କ ତରଫରୁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ମିଳିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଘରୋଇ ବସ୍‌ର ଦାଦାଗିରି: ହାଇଦ୍ରାବାଦରୁ ଟିକେଟ୍ କାଟିଥିବା ଯାତ୍ରୀଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲେ,ଆମପାଣିରେ…

କୋକସରା,୨୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଘରୋଇ ବସ୍ କର୍ମଚାରୀଙ୍କ ଦବଙ୍ଗଗିରି। ପୂରା ରାସ୍ତାର ଟିକେଟ୍ କାଟି ଅଧା ବାଟରେ ଯାତ୍ରୀଙ୍କୁ ଓହ୍ଲାଇ ଦେବା ଭଳି ଅଭାବନୀୟ ଦୃଶ୍ୟ ଗୁରୁବାର…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri