ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌ ସହ ଚାଳକ ଓ ଆରୋହୀ ରାସ୍ତା ଉପରେ ପଡ଼ିଯାଇଥିଲେ। ଏହି ସମୟରେ ପଛପଟୁ ଆସୁଥିବା ଚଳନ୍ତା ଚିପ୍ସ ବୋଝେଇ ହାଇଓ୍ବା ତଳେ ବାଇକ୍‌ଟି ପଶିଯାଇଥିବା ଜଣାପଡ଼ିଛି।

ଦୁର୍ଘଟଣାରେ ବାଇକ୍‌ରେ ଥିବା ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହଯୋଗରେ ସେମାନଙ୍କୁ ଉଦ୍ଧାର କରାଯାଇ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ଚିକିତ୍ସା ଚାଲିଥିବାବେଳେ ସେମାନଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।

ଘଟଣା ଘଟାଇଥିବା ବୋଲେରୋ ଚାଳକ ଦୁର୍ଘଟଣା ପରେ ଫେରାର ହୋଇଯାଇଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଫେରାର ଗାଡ଼ି ଓ ଚାଳକଙ୍କୁ ଚିହ୍ନଟ କରିବା ପାଇଁ ପୋଲିସ ସିସିଟିଭି ଫୁଟେଜ୍‌ ଯାଞ୍ଚ କରୁଥିବା ଜଣାପଡ଼ିଛି।

ଏହି ଦୁର୍ଘଟଣା ପରେ ରିଙ୍ଗ ରୋଡ୍‌ରେ କିଛି ସମୟ ପାଇଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପୋଲିସ ପରିସ୍ଥିତିକୁ ନିୟନ୍ତ୍ରଣ କରି ସ୍ବାଭାବିକ ଯାତାୟାତ ବ୍ୟବସ୍ଥା ଫେରାଇ ଆଣିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?