ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ

ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବଳଗଣ୍ଡି ଛକରେ ବୋଲେରୋ ଓ ସ୍କଟି ମଧ୍ୟରେ ଧକ୍କା ହେବାରୁ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଆହତ ହୋଇଛନ୍ତି । ଯାହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି । ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ।

ମିଳିଥିବା ସୂଚନା ଅନୁଯାୟୀ, ମେଡ଼ିକାଲ ଛକ ଆଡୁ ଶ୍ରୀମନ୍ଦିର ଆଡ଼କୁ ବୋଲେରୋ ଗାଡ଼ି ଆସୁଥିବା ବେଳେ ଅନ୍ୟପଟେ ଏକ ସ୍କୁଟିରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନାବାଳକ ନାତି ଓ ଅନ୍ୟ ଜଣେ ନାବାଳକ ଆସୁଥିଲେ । ଏହି ସମୟରେ ବାଲଗଣ୍ଡି ଛକ ନିକଟରେ ସ୍କୁଟିକୁ ପଛଆଡ଼ୁ ବୋଲେରୋ ଧକ୍କା ଦେଇଥିଲା । ଯାହା ଫଳରେ ସ୍କୁଟିରେ ଯାଉଥିବା ତିନି ଜଣ କିଛି ବାଟ ଘୋଷାଡି ହୋଇ ଯିବା ସହ ଆହତ ହୋଇଥିଲେ । ଲୋକ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ବୋଲେରୋ ଚାଳକଙ୍କୁ କାବୁ କରିଛନ୍ତି । ତେବେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇଜଣଙ୍କ ଚିକିତ୍ସା ଜାରିରହିଛି । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ିକୁ ଜବତ କରିବା ସହ ଗାଡ଼ି ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri