ଓଳଟି ପଡ଼ିଲା ବୋଲେରୋ: ଜଣେ ଶ୍ରମିକ ମୃତ, ୪ ଆହତ

ଲାଞ୍ଜିଗଡ଼,୮।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଛତ୍ରପୁର ପଞ୍ଚାୟତ ଭାଟଗୁଡ଼ା ଗାଁ ଶିବ ମନ୍ଦିର ନିକଟ ଏକ ବୁଲାଣିରେ ରବିବାର ଭାରସାମ୍ୟ ହରାଇ ଏକ ବୋଲେରୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ଜୁନାଗଡ଼ ଥାନା କୁଟେନ ଗାଁର ବିରଞ୍ଚି ମାଝି (୪୫)ଙ୍କ ମୃତ୍ୟୁ ଘଟିଥିବା ବେଳେ ଆହତ ୪ଜଣଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ମୁତାବକ, ୫ଜଣ ଶ୍ରମିକ କମ୍ପାନୀରେ କାମ ସାରି କମ୍ପାନୀରେ ଭଡାରେ ଲାଗିଥିବା ଏକ ବୋଲେରୋରେ ଘରକୁ ଫେରୁଥିଲେ। ଭାଟଗୁଡା ଶିବ ମନ୍ଦିର ନିକଟରେ ବୋଲେରୋ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ବୋଲେରୋରେ ବସିଥିବା ୫ଜଣ ଶ୍ରମିକଙ୍କ ମଧ୍ୟରୁ ବିରଞ୍ଚିଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୪ଜଣ କେଟେନ ଗାଁର ଦୟାନିଧି ମାଝି ଓ ବଲାଙ୍ଗୀର ଜିଲାର ଜ୍ୟୋତିରଞ୍ଜନ କୁମାର, ଆଶୁତୋଷ କୁମାର, ଟିକଚନ ସେଠୀ ଗୁରୁତର ହୋଇଛନ୍ତି। ଖବର ପାଇ ଲାଞ୍ଜିଗଡ଼ ଥାନା ଅଧିକାରୀ ବିଜୟଲଷ୍ମୀ ହିକକାଙ୍କ ନେତୃତ୍ୱରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ୫ଜଣଙ୍କୁ ଲାଞ୍ଜିଗଡ଼ ସିଏଚସିକୁ ଆଣିବା ପରେ ଡାକ୍ତର ବିରଞ୍ଚିଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଅନ୍ୟ ୪ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଲିମିଟେଡର ସହଯୋଗୀ କମ୍ପାନୀ ପିଏପିଏଲରେ କାମ କରୁଥିବା ୫ଜଣ ଶ୍ରମିକ ବୋଲି ଜଣାପଡିଛି। ବୋଲେରରେ ସ୍ଥାନୀୟ ହରେକୃଷ୍ଣପୁର ଗାଁର ରଘୁନାଥ ବିଶି ଡ୍ରାଇଭର ରହିଥିବା ବେଳେ ସେ ସୁରକ୍ଷିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri