ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର କରାଯାଇଛି। ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଥିବା ବେଳେ ଭଦ୍ରକ ଜିଲାରେ ଗୋରୁ ଚାଲାଣ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

ସୂଚନା ଅନୁଯାୟୀ, ଏକ ବୋଲେରୋ ଗାଡ଼ିରେ ୬ଟି ଗୋରୁଙ୍କୁ ନେଇ ଯାଉଥିବା ବେଳେ ଭଦ୍ରକ ବଜରଙ୍ଗ ଦଳର କିଛି ସଦସ୍ୟ ଗାଡ଼ିଟିକୁ ଅଟକାଇବାକୁ ଚେଷ୍ଟା କରିଥିଲେ। ଚୁନିଦା ନିକଟରେ ଗାଡ଼ିକୁ ଅଟକାଇବା ଉଦ୍ଦେଶ୍ୟରେ ଟାୟାର ଲିକ୍‌ କରିବା ପାଇଁ ପିରିକି ଲଗା ପ୍ଲେଟ୍‌ ରାସ୍ତାରେ ପକାଯାଇଥିବା ଜଣାପଡ଼ିଛି। ଏଥିରେ ବୋଲେରୋର ୪ଟି ଟାୟାର ଲିକ୍‌ ହୋଇଥିଲେ ମଧ୍ୟ ଚାଳକ ଗାଡ଼ିଟିକୁ ଚଳାଇ ଆସୁଥିଲେ।

ପରେ ଅନ୍ନପାଳ ହାଟ ପୋଲ ନିକଟରେ ଗାଡ଼ିର ଟାୟାର ବାହାରିଯିବାରୁ ବୋଲେରୋଟି ଭାରସାମ୍ୟ ହରାଇ ଅଟକି ଯାଇଥିଲା। ଏହାର ସୁଯୋଗ ନେଇ ଗାଡ଼ିର ଚାଳକ ଓ ହେଲ୍‌ପର ଘଟଣାସ୍ଥଳରୁ ଦୌଡ଼ି ପଳାଇଥିବା ଜଣାପଡ଼ିଛି।

ଗାଡ଼ି ଭିତରୁ ୬ଟି ଗୋରୁଙ୍କୁ ଉଦ୍ଧାର କରାଯାଇଥିଲା। ଦୀର୍ଘ ସମୟ ଧରି ଗାଡ଼ି ଭିତରେ ରହିଥିବାରୁ ଗୋରୁଗୁଡ଼ିକ ଅତ୍ୟନ୍ତ ଦୁର୍ବଳ ଓ ଦୟନୀୟ ଅବସ୍ଥାରେ ଥିବା ଦେଖାଯାଇଥିଲା।

ଖବର ପାଇ ଗୁଜିଦରଡ଼ା ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ବୋଲେରୋଟିକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି। ଗୋରୁଗୁଡ଼ିକ କେଉଁଠାରୁ ଆସିଥିଲେ, କେଉଁଠାକୁ ନିଆଯାଉଥିଲା ଏବଂ ଏହି ଚାଲାଣ ପଛରେ କିଏମାନେ ଅଛନ୍ତି, ସେନେଇ ପୋଲିସ ତଦନ୍ତ ଜାରି ରଖିଛି।

ଭଦ୍ରକ ଜିଲାର ବିଭିନ୍ନ ଅଞ୍ଚଳରେ ଗୋରୁ ଚାଲାଣ ନେଇ ସମୟେ ସମୟେ ଅଭିଯୋଗ ଓ ଘଟଣା ସାମ୍ନାକୁ ଆସୁଥିବାରୁ ଏହାକୁ ନେଇ ସାଧାରଣରେ ଚିନ୍ତା ବଢ଼ିଛି। ଏଭଳି ଘଟଣା ଉପରେ ପୋଲିସ ଓ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇ ଗୋରୁ ଚାଲାଣ ରୋକିବାକୁ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଟକ ବାଲିଯାତ୍ରା: ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି

କଟକ,୧୧ା୧୧: ଓଡ଼ିଶାର ଐତିହାସିକ ତଥା ଗୌରବମୟ ନୌବାଣିଜ୍ୟ ପରମ୍ପରାର ପ୍ରତୀକ ‘କଟକ ବାଲିଯାତ୍ରା’କୁ ନେଇ ଆସିଛି ଏକ ବଡ଼ ଖବର। ଚଳିତ ବର୍ଷର ବାଲିଯାତ୍ରା ଉଦ୍‌ଘାଟନୀ ସମାରୋହରେ…

୨୪ ଘଣ୍ଟାରେ ଲାଇନଚ୍ୟୁତ ହେଲା ୨ ଏକ୍ସପ୍ରେସ, ଆତଙ୍କିତ ଯାତ୍ରୀ

ଲକ୍ଷ୍ନୌ,୧୧।୧୧: ଉତ୍ତରପ୍ରଦେଶର କାନପୁରରେ ବୁଧବାର ଏକ ରେଳ ଦୁର୍ଘଟଣାକୁ ନେଇ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । କାନପୁର ସେଣ୍ଟ୍ରାଲ ଷ୍ଟେସନ୍‌ରୁ ବାହାରିବାର କିଛି ସମୟ ପରେ…

ଫିଲ୍ମି ଷ୍ଟାଇଲ୍‌ରେ ଗର୍ଲଫ୍ରେଣ୍ଡଙ୍କୁ ପ୍ରପୋଜ୍‌ କଲେ ଅର୍ଶଦୀପ ସିଂ; ମୁଦି ପିନ୍ଧାଇ କଲେ ନିର୍ବନ୍ଧ; ଫଟୋ ଭାଇରାଲ୍‌

ନୂଆଦିଲ୍ଲୀ,୧୧ା୧୧: ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର୍‌ ଫାଷ୍ଟ ବୋଲର୍‌ ଅର୍ଶଦୀପ ସିଂ ଏବେ ନିଜ ପର୍ସନାଲ ଲାଇଫ୍‌କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ଟ୍ରେଡ୍‌ ଡିଲ୍‌…

ଅଞ୍ଚଳର ଭିତ୍ତିଭୂମିର ବିକାଶ ସହ ମତ୍ସ୍ୟଜୀବୀଙ୍କ ଜୀବନଜୀବିକା ନେଇ ମନ୍ତ୍ରୀ-ବିଧାୟକଙ୍କ ସମୀକ୍ଷା

ଛତ୍ରପୁର,୧୧ା୧୧(ଦିଲ୍ଲୀପ ସାମଲ): ଉପକୂଳବର୍ତ୍ତୀ ଅଞ୍ଚଳର ଭିତ୍ତିଭୂମି ବିକାଶ ଓ ମତ୍ସ୍ୟଜୀବୀଙ୍କ ଜୀବନଜୀବିକାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ନୋଳିଆ ନୂଆଗାଁଠାରେ ଉପକୂଳବର୍ତ୍ତୀ ରାସ୍ତା ଓ…

ହଠାତ୍ ରାସ୍ତାରେ ଅଚେତ ହୋଇ ପଡ଼ିଲେ ପୂର୍ବତନ ଉପରାଷ୍ଟ୍ରପତି, AIIMSରେ ଭର୍ତ୍ତି

ନୂଆଦିଲ୍ଲୀ,୧୧।୧୧: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡ଼ିଛି । ବୁଧବାର ସକାଳେ ମର୍ଣ୍ଣିଂ ୱାକ୍‌ରେ ଯାଇଥିବା ସମୟରେ ସେ ହଠାତ୍‌ ଅଚେତ ହୋଇ ତଳେ…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୧୫ ବେଳକୁ ଅବପାତ, ଏହି ଜିଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର,୧୧ା୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ହେବାକୁ ଯାଉଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଉପରି ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି…

ରାଜୀବ ଗାନ୍ଧୀଙ୍କ ସହ ଏମିତି ଆରମ୍ଭ ହୋଇଥିଲା ପ୍ରେମ, ବଡ଼ ଖୁଲାସା କଲେ ସୋନିଆ

ନୂଆଦିଲ୍ଲୀ,୧୧ା୧୧: କଂଗ୍ରେସ ସଂସଦୀୟ ଦଳ (CPP) ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନିଜ ଜୀବନର କିଛି ବିଶେଷ ସ୍ମୃତିକୁ ସୋସିଆଲ ମିଡିଆରେ ଏକ ଭିଡିଓ ଜରିଆରେ ସେୟାର କରିଛନ୍ତି…

ଜାତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ହାସଲ କଲା ଆସିକା ପୌରପରିଷଦ, ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ଗ୍ରହଣ କରି…

ଛତ୍ରପୁର,୧୧ା୧୧(ଦିଲ୍ଲୀପ ସାମଲ): ସ୍ବଚ୍ଛତା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଜାତୀୟ ସ୍ତରରେ ଗଞ୍ଜାମ ଜିଲାର ଗୌରବ ବୃଦ୍ଧି କରିଛି ଆସିକା ପୌରପରିଷଦ। ସ୍ବଚ୍ଛ ସର୍ବେକ୍ଷଣ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?