କବାଡ଼ିଆକୁ ବୋଲେରୋ ବିକ୍ରି ବେଳେ ଧରିଲା ପୋଲିସ

ଖଇରା,୧୮।୬(ଡି.ଏନ.ଏ.): ଯାଜପୁରରୋଡ୍‌ରୁ ଚୋରି ହୋଇଥିବା ଏକ ବୋଲେରୋ ଗାଡିକୁ ଖଇରାରୁ ଉଦ୍ଧାର କରାଯାଇଛି । ଯାଜପୁରରୋଡ୍‌ ଶଙ୍ଖଚିଲ ଗ୍ରାମର କନକଲତା ସାହୁଙ୍କ ବୋଲେରୋ ଗାଡି(ନଂ.ଓଡି୦୪୩୮୪୬)କୁ କେତେକ ଦୁର୍ବୃତ୍ତ ଚୋରିକରି ନେଇଥିଲେ। ଏନେଇ ଗାଡ଼ି ଡ୍ରାଇଭର ଦିଲୀପ କୁମାର ସାହୁ ବିଭିନ୍ନ ଡ୍ରାଇଭର ମହାସଂଘକୁ ଘଟଣା ସମ୍ପର୍କରେ ଜଣାଇଥିଲେ। ଖଇରା ଡ୍ରାଇଭର ମହାସଂଘ ତଦନ୍ତ କରି ଖଇରାରେ ଉକ୍ତ ବୋଲେରୋ ଗାଡ଼ି ଥିବା ନେଇ ସୂଚନା ଦେଇଥିଲେ। ଅନ୍ୟପକ୍ଷେ ଗାଡିକୁ କୁପାରୀ କେନାଲ ବନ୍ଧରେ ଥିବା କବାଡ଼ିଆକୁ ବିକ୍ରି ପାଇଁ ମୂଲଚାଲ ଚାଲିଥିବା ବେଳେ ଖଇରା ପୋଲିସ ପହଞ୍ଚି ବୋଲେରୋକୁ ଜବତ କରିଥିଲା। ପରେ ଗାଡିକୁ ଯାଜପୁର ନିଆଯାଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ମରେଇଗାଁ ଅଞ୍ଚଳର ଅରବିନ୍ଦ ଓଝାଙ୍କୁ ଗିରଫ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri