ପିକ୍‌ନିକ୍‌ ଯିବା ବାଟରେ ଗଛରେ ପିଟିହେଲା ବୋଲେରୋ: ଚାଳକଙ୍କ ଜୀବନ ଗଲା, ୬ ଗୁରୁତର

ସବଡେଗା,୧୦।୧(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ୨୪ ନଂ. ଜାତୀୟ ରାଜପଥ ସବଡେଗା ଫାୟାର ଷ୍ଟେଶନ ପାଖରେ ରବିବାର ପୂର୍ବାହ୍ନରେ ଏକ ବରଗଛରେ ବୋଲେରୋ ପିଟି ହେବାରୁ ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି।
ସୂଚନାଯୋଗ୍ୟ, ଝାରସୁଗୁଡ଼ାରୁ ଦୁଇଟି ବୋଲେରୋ ଏବଂ ଗୋଟିଏ ପିକ୍‌ଅପ୍‌ ଗାଡ଼ିରେ ୪ଟି ପରବାରର ଲୋକେ ମିଶି ଛତିଶଗଡ଼ ବତ୍ତେବିରା ପିକ୍‌ନିକ୍‌ ସ୍ପଟ୍‌କୁ ଭୋଜି କରିବାକୁ ଯାଉଥିଲେ। ସବ୍‌ଡେଗା ପାଖରେ ବୋଲେରୋ ନଂ ଓଆର ୧୪ ଜେ ୬୪୪୦ର ଚାଳକ ଭାରସାମ୍ୟ ହରାଇ ଦ୍ରୁତଗତିରେ ଏକ ବରଗଛରେ ପିଟି ଦେଇଥିଲେ। ଫଳରେ ଚାଳକ ବିଟୁ ମହାରଜ(୩୮)ଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ସୁନ୍ଦରଗଡ଼ ଡାକ୍ତରଖାନାକୁ ପଠାଇଥିଲେ। ଗୁରୁତରମାନଙ୍କ ମଧ୍ୟରେ ଜଗଦୀପ ମୋରେ (୪୦), ଖୁସି ଅଗ୍ରଓ୍ବାଲ(୨୦), କୁନାଲ ମୋରେ(୧୪), କୈଳାସ ମୋରେ(୫୦), ଦିଶ ଅଗ୍ରଓ୍ବାଲ(୧୮), ରୋଷ୍‌ନୀ ମୋରେ(୨୫)। ଏମାନଙ୍କର ଗୋଡ଼ ଏବଂ ହାତ ଭାଙ୍ଗିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri