ମାମଲାରେ କୋହଳ ଦଫା ଲଗାଇବାକୁ ନେଉଥିଲେ ଲାଞ୍ଚ: ଏଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ

ଖୋର୍ଦ୍ଧା ଅଫିସ,୧୦।୬: ଏକ ମାମଲାରେ କୋହଳ ଦଫା ଲଗାଇବା ପାଇଁ ଜଣେ ମହିଳାଙ୍କଠାରୁ ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୋଲଗଡ ଥାନା ଏଏସ୍‌ଆଇ ଭଗବାନ ସ୍ବାଇଁ ଖୋର୍ଦ୍ଧା ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ଭିଜିଲାନ୍ସ ଟିମ୍‌ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଛି।

ସୂଚନାନୁଯାୟୀ, ବୋଲଗଡ଼ ଥାନା ଅନ୍ତର୍ଗତ ଖରିଡାପଲ୍ଲୀର ସୁକାନ୍ତି ପଟ୍ଟନାୟକଙ୍କ ପୁଅ ଚନ୍ଦନ ଓ ସହଯୋଗୀ ମାଧବ ପ୍ରଧାନଙ୍କ ବିରୋଧରେ କୌଣସି ଏକ ଘଟଣାରେ ଏପ୍ରିଲରେ ମାମଲା ରୁଜୁ ହୋଇଛି। ସେମାନଙ୍କ ବିରୋଧରେ ରହିଥିବା ମାମଲାରେ କୋହଳ ଦଫା ଲଗାଇବା ପାଇଁ ପ୍ରମିଳା ଏଏସ୍‌ଆଇ ସ୍ବାଇଁଙ୍କ ସହ ଆଲୋଚନା କରିଥିଲେ। ଏ ବାବଦକୁ ସ୍ବାଇଁ ତାଙ୍କୁ ଦଶ ହଜାର ଲାଞ୍ଚ ମାଗିଥିଲେ। ସୁକାନ୍ତି ୬ ହଜାର ଟଙ୍କା ଦେବା ପାଇଁ ରାଜି ହୋଇଥିଲେ। ତେବେ ଏ ସଂକ୍ରାନ୍ତରେ ପ୍ରମିଳା ଖୋର୍ଦ୍ଧା ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଟିମ୍‌ ପ୍ରସ୍ତୁତ ହୋଇ ଥିଲେ। ଯୋଜନା ମୁତାବକ ଥାନା କ୍ୟାମ୍ପସ ଭିତରୁ ଏଏସ୍‌ଆଇ ସ୍ବାଇଁ ଲାଞ୍ଚ ଟଙ୍କା ନେଉଥିବା ବେଳେ ପୂର୍ବରୁ ଛପି ରହିଥିବା ଟିମ୍‌ ତାଙ୍କୁ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri