ବୋଲଗଡ଼ ରୋଡ୍‌ ହେବ ମାଣିକାଗୋଡ଼ା ରେଳ ଷ୍ଟେଶନ

ବୋଲଗଡ଼,୨ା୯(ଡି.ଏନ୍‌.ଏ.):ଖୋର୍ଦ୍ଧା ଜିଲାର ବୋଲଗଡ଼ ରୋଡ୍‌ ରେଳ ଷ୍ଟେଶନର ନାମ ପରିବର୍ତ୍ତନ କରାଯାଇ ମାଣିକାଗୋଡ଼ା ହେବ। ଏନେଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଚିଠି ମାଧ୍ୟମରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଜଣାଇଛନ୍ତି। ଏହି ସୂଚନା ଗୁରୁବାର ଏମ୍‌ପିଙ୍କ ବୋଲଗଡ଼ ପ୍ରତିନିଧି ରଘୁନାଥ ଷଡ଼ଙ୍ଗୀ ମାଣକାଗୋଡ଼ା ଅଞ୍ଚଳବାସୀଙ୍କୁ ଜଣାଇବା ପରେ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ପୂର୍ବାହ୍ନରେ ବୋଲଗଡ଼ ରୋଡ ଷ୍ଟେଶନରେ ଏମ୍‌ପିଙ୍କ ପ୍ରତିନିଧିଙ୍କ ନେତୃତ୍ୱରେ ଦଳେଇସାହି ସରପଞ୍ଚ ସତ୍ୟଭାମା ସ୍ବାଇଁ, ଶିକ୍ଷକ ନେତା ମଦନ ପ୍ରଧାନ, ସାମାକିକ କର୍ମୀ ଇଂ.କର୍ପୂର ସାହୁ, ପୂର୍ବତନ ସରପଞ୍ଚ ତ୍ରିନାଥ ସ୍ବାଇଁ, ସହଦେବ ସୁବୁଦ୍ଧି ପ୍ରମୁଖଙ୍କ ସମେତ ସ୍ଥାନୀୟ ବାସିନ୍ଦା ରେଳମନ୍ତ୍ରୀ ଓ ଏମ୍‌ପି ଷଡ଼ଙ୍ଗୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ସୂଚନାଥାଉ କି, ଖୋର୍ଦ୍ଧାରୋଡ ବଲାଙ୍ଗୀର ରେଳପଥ ନିର୍ମାଣ ସମୟରେ ବୋଲଗଡ଼ଠାରେ ଷ୍ଟେଶନ ହେବା ପରିବର୍ତ୍ତେ ଏଠାରୁ ପ୍ରାୟ ୮ କିଲୋମିଟର ଦୂର ମାଣିକାଗୋଡାରେ ବୋଲଗଡ଼ ରୋଡ୍‌ ନାମରେ ଷ୍ଟେଶନ ହୋଇଥିଲା। ବୋଲଗଡ଼ ଠାରେ ଏକ ପାସେଞ୍ଜର୍‌ ହଲ୍ଟ କରାଯାଇଥିଲା। ଫଳରେ ବୋଲଗଡ଼ ବାସିନ୍ଦା ଏହାକୁ ବିରୋଧ କରିବା ସହ ପାସେଞ୍ଜର ହଲ୍ଟକୁ ସ୍ଥାୟୀ ଷ୍ଟେଶନ ମାନ୍ୟତା ଦାବି କରି ଆସୁଥିଲେ। କିଛିମାସ ପୂର୍ବେ ବୋଲଗଡ଼ ଟାଉନ ପିଏଚକୁ ରେଳ ମନ୍ତ୍ରୀ ବୈଷ୍ଣବ ନିୟମିତ ଷ୍ଟେଶନର ମାନ୍ୟତା ଦେବା ପରେ ବୋଲଗଡ଼ ରୋଡ ଷ୍ଟେଶନକୁ ମାଣିକାଗୋଡା ଷ୍ଟେଶନରେ ନାମିତ କରିବା ପାଇଁ ଦାବି ହୋଇ ଆସୁଥିଲା। ତେବେ ଏହି ଷ୍ଟେଶନର ନାମ ପରିବର୍ତ୍ତନ ନେଇ ଏମ୍‌ପି ଷଡ଼ଙ୍ଗୀ ରେଳ ମନ୍ତ୍ରୀଙ୍କ ନିକଟରେ ଦାବି କରିଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri