୬୦ ବର୍ଷ ବୟସରେ ୟୁଟ୍ୟୁବ୍‌ ଚ୍ୟାନେଲ ଲଞ୍ଚ କଲେ ଆମିର

ମୁମ୍ବାଇ: ପ୍ରଶଂସକଙ୍କୁ ଖୁସିଖବର ଦେଇଛନ୍ତି ବଲିଉଡ ସୁପରଷ୍ଟାର ଆମିର ଖାନ୍‌। ପୂର୍ବରୁ ତାଙ୍କର କୌଣସି ବ୍ୟକ୍ତିଗତ ସୋସିଆଲ ମିଡିଆ ଆକାଉଣ୍ଟ ନ ଥିଲା। ହେଲେ ଏବେ ସେ ବଡ଼ ପଦକ୍ଷେପ ନେଇ ନିଜର ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଲଞ୍ଚ କରିଛନ୍ତି। ଆମିରଙ୍କ ପ୍ରଯୋଜନା ସଂସ୍ଥା ପକ୍ଷରୁ ଏନେଇ ପୋଷ୍ଟ ଶେୟାର କରାଯାଇଛି।

ଆମିରଙ୍କ ୟୁଟ୍ୟୁବ୍‌ ଚ୍ୟାନେଲର ନାମ ‘ଆମିର ଖାନ୍‌ ଟକିଜ’ ରଖାଯାଇଛି। ଏହା ଜରିଆରେ ଅଭିନେତା ନିଜର ଫିଲ୍ମ ଶୁଟିଂର ବିହାଇଣ୍ଡ ଦ ସିନ୍ସ ଭିଡିଓ ଶେୟାର କରିବେ।

୨୦୨୫ରେ ଏଯାବତ ଆମିରଙ୍କ କୌଣସି ଫିଲ୍ମ ରିଲିଜ ହୋଇନାହିଁ। ହେଲେ ଆଗକୁ କିଛି ଫିଲ୍ମ ଆସିବାକୁ ଯାଉଛି। ‘ତାରେ ଜମିନ ପର୍‌’ର ସିକୁଏଲ ‘ସିତାରେ ଜମିନ୍‌ ପର’, କୁଲି ଏବଂ ଲାହୋର ୧୯୪୭ ଭଳି ଫିଲ୍ମରେ ସେ ଅଭିନୟ କରିଛନ୍ତି। ଏଣୁ ପ୍ରଶଂସକଙ୍କୁ ୟୁଟ୍ୟୁବ୍‌ ଚ୍ୟାନେଲ ଜରିଆରେ ଏସବୁର ଶୁଟିଂର ଝଲକ ଦେଖିବାକୁ ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri