ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା CJP ର ପ୍ରଦର୍ଶନକୁ ସମର୍ଥନ ଜଣାଇ ଆୟୋଜିତ ଏକ ପ୍ରତିବାଦ ସଭାରେ ସମର୍ଥନ କରିବା ପାଇଁ ଆସିଥିବା ବେଳେ ଅଭିନେତାଙ୍କୁ ଆଗଷ୍ଟ କ୍ରାନ୍ତି ମଇଦାନରୁ ପୋଲିସ ଅଟକ ରଖିଛି। ଇମ୍ରାନ୍ ଖାନ୍ ପୂର୍ବରୁ ମଧ୍ୟ ବିଭିନ୍ନ ପ୍ରତିବାଦ ଓ ପ୍ରଦର୍ଶନଗୁଡ଼ିକୁ ନିଜର ସମର୍ଥନ ଜଣାଇଆସିଛନ୍ତି। ତାଙ୍କୁ ପୋଲିସ ଅଟକ ରଖିବା ଖବର ସାମ୍ନାକୁ ଆସିବା ପରେ ବଲିଉଡ୍‌ ଜଗତରେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି ଏବଂ ଏହି ସମୟର ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହେବାରେ ଲାଗିଛି।

ଅଟକ ରହିବା ସମୟରେ ଗଣମାଧ୍ୟମର ପ୍ରତିନିଧିମାନେ ଇମ୍ରାନ୍ ଖାନ୍‌ଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତରରେ ଇମ୍ରାନ୍ କହିଥିଲେ ଯେ, “ମୋର କୌଣସି ଦାବି ନାହିଁ। ମୁଁ ଏଠାରେ ଜଣେ ସାଧାରଣ ନାଗରିକ ଭାବେ ଆସିଛି, ଏପରି ଜଣେ ବ୍ୟକ୍ତି ଭାବେ ଯିଏ ଏହି ସହରରେ ରହେ। ଲୋକଙ୍କର ଯାତାୟାତ ସ୍ୱାଧୀନତା ଉପରେ କାହିଁକି ରୋକ୍ ଲଗାଯାଉଛି ଏବଂ ଲୋକଙ୍କ ସ୍ୱରକୁ କାହିଁକି ଦବାଯାଉଛି, ତାହା ଦେଖିବାକୁ ମୁଁ ଏଠାକୁ ଆସିଥିଲି। ମୁଁ ଏଠାକୁ କାହାଠାରୁ କୌଣସି ଦାବି କରିବାକୁ ଆସିନି କିମ୍ବା ମୁଁ କୌଣସି ସଂଗଠନର ଅଂଶବିଶେଷ ମଧ୍ୟ ନୁହେଁ। ମୁଁ କେବଳ ଜଣେ ପ୍ରତିନିଧି ଭାବେ ଏଠାକୁ ଆସିଛି।” ସୋସିଆଲ ମିଡିଆରେ ଭାଇରାଲ୍ ହେଉଥିବା ଏହି ଭିଡିଓକୁ ନେଇ ତାଙ୍କର ପ୍ରଶଂସକମାନେ ବିଭିନ୍ନ ପ୍ରକାରର ମତାମତ ଦେଉଛନ୍ତି।

ସୂଚନାଯୋଗ୍ୟ ଯେ, ଇମ୍ରାନ୍ ଖାନ୍ ଏହା ପୂର୍ବରୁ ମଧ୍ୟ ବିଭିନ୍ନ ପ୍ରତିବାଦ ମାର୍ଚ୍ଚ ଏବଂ ଛାତ୍ରମାନଙ୍କ ବିଭିନ୍ନ ପ୍ରସଙ୍ଗରେ ନିଜର ମତ ରଖିଆସିଛନ୍ତି। ଗତ ଜୁଲାଇ ମାସରେ ମଧ୍ୟ ସେ ଏକ ପ୍ରଦର୍ଶନ ମାର୍ଚ୍ଚରେ ସାମିଲ ହୋଇଥିଲେ। ୨୦୦୮ ମସିହାରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ‘ଜାନେ ତୁ… ୟା ଜାନେ ନା’ (Jaane Tu… Ya Jaane Na) ଜରିଆରେ ଇମ୍ରାନ୍ ବଲିଉଡ଼ରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଏହି ଫିଲ୍ମରେ ତାଙ୍କ ସହିତ ଜେନେଲିଆ ଡି’ସୁଜା ନଜର ଆସିଥିଲେ। ଏହାପରେ ସେ ‘ଆଇ ହେଟ୍ ଲଭ୍ ଷ୍ଟୋରିଜ୍’, ‘ବ୍ରେକ୍ କେ ବାଦ୍’, ‘ମେରେ ବ୍ରଦର୍ କି ଦୁଲହନ୍’ ଏବଂ ‘ଦିଲ୍ଲୀ ବେଲି’ ଭଳି ଲୋକପ୍ରିୟ ଚଳଚ୍ଚିତ୍ରମାନଙ୍କରେ ଅଭିନୟ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?