Posted inଜାତୀୟ

ଲାଲୁଙ୍କୁ ଭେଟିଲେ ବଲିଉଡ୍‌ ଅଭିନେତା ମନୋଜ ବାଜପେୟୀ…

ପାଟନା, ୧୮।୯ : ବଲିଉଡର ଜଣାଶୁଣା ଅଭିନେତା ମନୋଜ ବାଜପେୟୀ ବିହାରର ରାଜଧାନୀ ପାଟନାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଥିଲେ। ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଏହାର ଫଟୋ ନିଜ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରିଛନ୍ତି। ଏହା ସହିତ ଟୁଇଟରେ ସେ ଲେଖିଛନ୍ତି ଯେ ବିହାରର ମାଟିର ପୁତ୍ର, ହିନ୍ଦୀ ସିନେମାର ଜଣେ ଜଣାଶୁଣା ତଥା ଗମ୍ଭୀର ଅଭିନେତା ପଦ୍ମଶ୍ରୀ ମନୋଜ ବାଜପେୟୀ ଆମ ବାସଭବନରେ ଆମକୁ ଭେଟିବାକୁ ଆସି ମୋ ବାପା ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଥିଲେ। ତାଙ୍କର କଠିନ ପରିଶ୍ରମ ଏବଂ ଦକ୍ଷତା ହେତୁ ସେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ପରିଚୟ ସୃଷ୍ଟି କରି ବିହାରକୁ ଗର୍ବିତ କରିଛନ୍ତି। ତେବେ ଏହାକୁ ନେଇ ଏବେ ରାଜନୀତି ଆରମ୍ଭ ହୋଇଛି। ମନୋଜ ରାଜନୀତିରେ ପ୍ରବେଶ କରି ପାରନ୍ତି ବୋଲି ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ତେବେ ଏନେଇ ଆରଜେଡି ଅବା ମନୋଜଙ୍କ ପକ୍ଷରୁ କୌଣସି ମନ୍ତବ୍ୟ ପ୍ରଦାନ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?