୨ କୋଟି ଟଙ୍କା ଦିଅ, ନଚେତ୍ ସଲମାନଙ୍କ ମୁଣ୍ଡ ଗଡିବ

ମୁମ୍ବାଇ,୩୦/୧୦: ବଲିଉଡ୍ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଟ୍ରାଫିକ କଣ୍ଟ୍ରୋଲକୁ ଆସିଥିବା ଏକ ମେସେଜରେ ଜଣେ ଅଜଣା ବ୍ୟକ୍ତି ସଲମାନ ଖାନଙ୍କୁ ଧମକ ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମେସେଜ ପଠାଇଥିବା ବ୍ୟକ୍ତି ୨ କୋଟି ଟଙ୍କା ନଦେଲେ ସଲମାନଙ୍କୁ ହତ୍ୟା କରାଯିବ ବୋଲି ଧମକ ଦେଇଛନ୍ତି।

 

ଏହି ପରିପ୍ରେକ୍ଷୀରେ ୱାର୍ଲି ପୁଲିସ ବିଏନଏସର ଧାରା ୩୫୪(୨), ୩୦୮(୪) ଅନୁଯାୟୀ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରିଛି।

 

ଏହା ପୂର୍ବରୁ ମଧ୍ୟ ସଲମାନ ଖାନଙ୍କୁ ଲଗାତାର ହତ୍ୟା ଧମକପୂର୍ଣ୍ଣ କଲ୍ ଓ ମେସେଜ ଆସୁଛି । ଧମକ ପାଇଥିବା ଅଭିଯୁକ୍ତଙ୍କୁ ନିକଟରେ ଉତ୍ତରପ୍ରଦେଶର ନୋଏଡାରୁ ଗିରଫ କରାଯାଇଥିଲା। ଅଭିଯୁକ୍ତଙ୍କୁ ଧରିବା ପାଇଁ ମୁମ୍ବାଇ ପୋଲିସ ବାନ୍ଦାରୁ ନୋଏଡାରେ ପହଞ୍ଚିଥିଲା। ଅଭିଯୁକ୍ତ ଜଣକ ହେଲେ ୨୦ ବର୍ଷୀୟ ମହମ୍ମଦ ତୈୟବ ଅନସାରୀ।

 

ଅନୁସନ୍ଧାନରୁ ଜଣାପଡିଛି ଯେ, ମହମ୍ମଦ ତୈୟବ ଦିଲ୍ଲୀର ବାସିନ୍ଦା । ସେ ଜିଶାନ ସିଦ୍ଦିକି ଓ ସଲମାନ ଖାନଙ୍କୁ ହତ୍ୟା ଧମକ ଦେଇଥିଲେ। ଏହି ସମୟରେ ପୋଲିସ ତାଙ୍କ ଫୋନ୍ କୁ ମଧ୍ୟ ଜବତ କରିଛି। ଯାହାର ତଦନ୍ତ ଜାରି ରହିଛି। ଅଭିଯୁକ୍ତଙ୍କ ସମ୍ପର୍କରେ ଅଧିକ ତଥ୍ୟ ମିଳିବା ପାଇଁ ପୋଲିସ ଏବେ ସେହି ଫୋନ୍ ଜରିଆରେ ସମସ୍ତ କଲ୍ ଡିଟେଲ୍ସ ବାହାର କରୁଛି।

 

ସେହିପରି କଳା ହରିଣ ଶିକାର ମାମଲାରେ ସଲମାନଙ୍କୁ କୁଖ୍ୟାତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ଠାରୁ ହତ୍ୟା ଧମକ ମଧ୍ୟ ମିଳୁଛି । ଯଦି ସଲମାନ ଖାନ ବିଷ୍ନୋଇ ସମାଜର ମନ୍ଦିରକୁ ଯାଇ କ୍ଷମା ମାଗିବେ ତେବେ ତାଙ୍କୁ ମୁକ୍ତ କରାଯିବ ବୋଲି ଗ୍ୟାଙ୍ଗଷ୍ଟର କହିଛନ୍ତି। ଏହି ଧମକ ପରେ ପୁଲିସ ସଲମାନଙ୍କ ସୁରକ୍ଷା ବଢ଼ାଇ ଦେଇଥିଲା। ୧୯୯୮ ମସିହାର କଳା ହରିଣ ଶିକାର ମାମଲାରେ କୋର୍ଟ ୨୦୧୮ରେ ସଲମାନ ଖାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ପରେ ତାଙ୍କୁ ଦୋଷମୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri