ଫଟୋ ପାଇଁ ପ୍ରଶଂସା

ମୁମ୍ବାଇ: ଫଟୋ ଶୁଟ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହନ୍ତି ବଲିଉଡ୍‌ ଅଭିନେତ୍ରୀ ଦିଶା ପଟାନୀ। ନିକଟରେ ସେ କରିଥିବା ଲକ୍‌ଜୁରୀ କ୍ଲଥିଙ୍ଗ ବ୍ରାଣ୍ଡର ଫଟୋଶୁଟ୍‌ର ଫଟୋ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଫଟୋରେ ଦିଶା ଟାଇଗର ପ୍ରିଣ୍ଟର ଟପ୍‌ ପିନ୍ଧି ପୋଜ୍‌ ଦେଇଥିବାର ଦେଖିବାକୁ ମିଳିଛି। ତେବେ ଦିଶାଙ୍କ ଏହି ଫଟୋ ୟୁଜର୍ସଙ୍କୁ ଖୁବ୍‌ ପସନ୍ଦ ଆସିଛି। ବିଶ୍ୱର ସବୁଠାରୁ ସୁନ୍ଦରୀ ଝିଅ ଲେଖି ଜଣେ ୟୁଜର୍ସ କମେଣ୍ଟ ଦେଇଥିବାବେଳେ ଆଉ ଜଣେ ଲେଖିଛନ୍ତି, ସୁନ୍ଦରୀ ବୋଲି କମେଣ୍ଟ କରିଛନ୍ତି। ତେବେ ଫଟୋ ପାଇଁ ଦିଶାଙ୍କୁ ପ୍ରଶଂସା କରିବାକୁ ଭୁଲିନାହାନ୍ତି ଟାଇଗର ଶ୍ରଫ୍‌ଙ୍କ ମା’ ଆୟେଶା ଏବଂ ଭଉଣୀ କ୍ର୍ରିଷ୍ଣା ଶ୍ରଫ୍‌। ବର୍ତ୍ତମାନ ଦିଶା ମଡେଲ ଆଲେକ୍‌ଜାଣ୍ଡର ଆଲେକ୍ସ ଇଲିକ୍‌ଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି। କିଛିଦିନ ପୂର୍ବେ ଇଲିକ୍‌ ଦିଶାଙ୍କ ସହ ଆଉଟିଂର ଏକ ଫଟୋ ପୋଷ୍ଟ କରିଥିଲେ। ଇଲିକ୍‌ଙ୍କ ସହ ସମ୍ପର୍କକୁ ନେଇ ଦିଶା ଗଣମାଧ୍ୟମରେ କୌଣସି ପ୍ରତିକ୍ରିୟା ଦେଇ ନାହାନ୍ତି। ଫିଲ୍ମ ବାଗି-୨ରେ ଟାଇଗର ଓ ଦିଶା ଏକାଠି ନଜରକୁ ଆସିଥିଲେ। ନିକଟରେ ଦିଶାଙ୍କ ଅଭିନୀତ ଫିଲ୍ମ ‘ଏକ୍‌ ଭିଲେନ୍‌ ରିଟର୍ନସ୍‌’ ରେ ନଜରକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି।...

Rashimka and Vijay Wedding: ସାମ୍ନାକୁ ଆସିଲା ରଶ୍ମିକା-ବିଜୟଙ୍କ ବିବାହ ତାରିଖ, ଏହି ଅତିଥି ଦେବେ ଯୋଗ

ନୂଆଦିଲ୍ଲୀ,୩୦ା୧୨ : ସାଉଥ ସିନେମାର ଷ୍ଟାର କପଲ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହକୁ ନେଇ ବହୁତ ଦିନ ଧରି ଚର୍ଚ୍ଚାରେ ରହି...

ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri