Posted inUncategorized

ଜୋମାଟୋ ଡେଲିଭରି ବୟଙ୍କୁ ନ୍ୟାୟ ଦେବା ପାଇଁ ଆଗେଇ ଆସିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ମୁମ୍ବାଇ: ସୋସିଆଲ ମିଡିଆ ହେଉଛି ଏପରି ଏକ ପ୍ଲାଟଫର୍ମ, ଯାହା ଯେକୌଣସି ସମୟରେ ଜଣଙ୍କୁ ଚର୍ଚ୍ଚାର ପରିସରକୁ ନେଇ ଆସେ। ଅନେକ ଥର ଲୋକମାନେ ମଧ୍ୟ ଏହାର ଅପବ୍ୟବହାର କରନ୍ତି। ନିକଟରେ ଏମିତି ଏକ ମାମଲା ସାମ୍ନାକୁ ଆସିଥିଲା। କିଛି ଦିନ ପୂର୍ବରୁ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଥିଲା ଯେଉଁଥିରେ ମହିଳାଙ୍କ ନାକରେ ଆଘାତ ଲାଗିଥିବା ଦେଖିବାକୁ ମିଳିଛି। ଆଉ ସେ ଅନଲାଇନ ଫୁଡ ଅର୍ଡର ବିତରଣ କମ୍ପାନୀ ଜୋମାଟୋ ବୟ ନାଁରେ ଅଭିଯୋଗ ଆଣିଥିଲେ। ଏହି ଭିଡିଓ ପରେ, ଡେଲିଭରି ବୟଙ୍କ ବିବୃତ୍ତି ଆସିବା ପରେ କାହାଣୀଟି ସମ୍ପୂର୍ଣ୍ଣ ଓଲଟା ହୋଇଗଲା। ଏବେ ବଲିଉଡ୍‌ ଅଭିନେତ୍ରୀ ପରିଣୀତି ଚୋପ୍ରା ଡେଲିଭରି ବୟଙ୍କ ସମର୍ଥନରେ ବାହାରିଛନ୍ତି। ସେ ଏକ ଟୁଇଟ୍‌ କରି ଲେଖିଛନ୍ତି ଯେ, ଜୋମାଟୋ ଇଣ୍ଡିଆ, ଦୟାକରି ସତ୍ୟ ଯାଞ୍ଚ କରନ୍ତୁ ଏବଂ ଏହାର ରିପୋର୍ଟକୁ ସାର୍ବଜନୀନ କରନ୍ତୁ। ଯଦି ଡେଲିଭରି ବୟ ନିର୍ଦ୍ଦୋଶ (ମୁଁ ବିଶ୍ୱାସ କରେ) ତେବେ ମହିଳାଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍‌। ଏହା ଅମାନବୀୟ, ଲଜ୍ଜାଜନକ ଏବଂ ହୃଦୟ ବିଦାରକ। ମୁଁ କିପରି ସାହାଯ୍ୟ କରିପାରିବି ଦୟାକରି ମୋତେ କୁହନ୍ତୁ। ପରିଣୀତିଙ୍କ ଏହି ଟୁଇଟ୍‌ ଏବେ ଭାଇରାଲ ହେବାରେ ଲାଗିଛି ଏବଂ ପ୍ରଶଂସକମାନେ ତାଙ୍କୁ ପ୍ରଶଂସା କରିଛନ୍ତି।
ସୂଚନାଯୋଗ୍ୟ, ମହିଳାଙ୍କୁ ଆକ୍ରମଣ କରିଥିବା ଡେଲିଭରି ବୟଙ୍କୁ ଗିରଫ କରାଯାଇଥିବା ବେଙ୍ଗାଲୁରୁ ଡିସିପି ସୂଚନା ଦେଇଛନ୍ତି। କର୍ନାଟକର ବେଙ୍ଗାଲୁରୁର ଜଣେ ମଡେଲ ଏବଂ ମେକ ଇନ କଳାକାର ହିତେଶ ଚନ୍ଦ୍ରାନୀ ଅଭିଯୋଗ କରିଥିଲେ ଜୋମାଟୋ ଡେଲିଭରି ବୟ କାମରାଜ ତାଙ୍କ ଉପରେ ଆକ୍ରମଣ କରିଥିଲେ। କାରଣ ସେ ଖାଦ୍ୟ ପାଇଁ ବିଳମ୍ବ କରିଥିଲେ। ଏବେ ଏହି ପ୍ରସଙ୍ଗରେ ଏକ ନୂଆ ମୋଡ଼ ଆସିଛି। କାମରାଜ କହିଛନ୍ତି ଯେ ମହିଳା ଜଣକ ତାଙ୍କୁ ଚାପୁଡ଼ା ମାରିବା ସହ ଦୁର୍ବ୍ୟବହାର କରିଥିଲେ। ଜୋମାଟୋ କମ୍ପାନୀର ପ୍ରତିଷ୍ଠାତା ଦିପେନ୍ଦର ଗୋୟଲ ମଧ୍ୟ ଏକ ବିବୃତ୍ତି ଦେଇଛନ୍ତି। ଗୋଟିଏ ପଟେ କମ୍ପାନୀ ହିତେଶ ଚନ୍ଦ୍ରାନୀଙ୍କୁ କ୍ଷମା ମାଗି ଚିକିତ୍ସା ଖର୍ଚ୍ଚ ବହନ କରିବାକୁ ପ୍ରତିଶୃତି ଦେଇଛି ଏବଂ ଅନ୍ୟ ପଟେ କାମରାଜଙ୍କୁ ନିଲମ୍ବନ କରିଛି। କମ୍ପାନୀ କାମରାଜଙ୍କୁ ମଧ୍ୟ ସାହାଯ୍ୟ କରିବା ସହ ସମଗ୍ର ଘଟଣାର ସତ୍ୟତା ଜାଣିବାକୁ ଚେଷ୍ଟା କରୁଛି।

परिणीति चोपड़ा, Parineeti Chopra, Zomato Delivery Boy, Zomato India, Bollywood actress


Enter your email to get our daily news in your inbox.

All Right Reserved By Dharitri.Com

RCB-RR ପରେ ଶାହରୁଖ ଖାନଙ୍କ KKR ହେବ ବିକ୍ରି! IPL ୨୦୨୬ ନିଲାମ ପରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ମିନି ନିଲାମ ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅନୁଷ୍ଠିତ ହୋଇଥିଲା। ନିଲାମର ତିନି...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଟ୍ରାଇଗ୍ଲିସେରାଇଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଖାଆନ୍ତୁ ଏହି ସୁପରଫୁଡ୍

ନୂଆଦିଲ୍ଲୀ,୧୭ା୧୨:  ଯଦି ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ସମସ୍ୟାର ତୁରନ୍ତ ସମାଧାନ କରାନଯାଏ, ତେବେ ଗମ୍ଭୀର ଏବଂ ମାରାତ୍ମକ ହୃଦରୋଗର ଆଶଙ୍କା ବହୁଗୁଣିତ ହୋଇପାରେ। ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ହ୍ରାସ କରିବା...

କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ...

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...

ଦମ ଦେଖାଇଲା ଭାରତ, ପାକିସ୍ତାନକୁ ୯୦ ରନରେ ହରାଇଲା

ନୂଆଦିଲ୍ଲୀ,୧୫।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ବହୁ ପ୍ରତୀକ୍ଷିତ ମ୍ୟାଚରେ, ଭାରତୀୟ ଦଳ ଏକ ଚମତ୍କାର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri