Posted inଖେଳ

ମହମ୍ମଦ ଶାମିଙ୍କୁ ବିବାହ କରିବାକୁ ପ୍ରସ୍ତାବ ଦେଲେ ବଲିଉଡ ଅଭିନେତ୍ରୀ

ନୂଆଦିଲ୍ଲୀ,୯।୧୧ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ବିଶ୍ୱକପରେ ତାଙ୍କର ଜଲଓ୍ବା ଜାରି ରଖିଛନ୍ତି। ବିରୋଧୀ ଟିମର ବ୍ୟାଟ୍ସମ୍ୟାନଙ୍କ ପାଇଁ ମହମ୍ମଦ ଶାମି ଏକ ସମସ୍ୟା ହୋଇ ରହିଛନ୍ତି। ସର୍ବାଧିକ ୱିକେଟ ନେଇଥିବା ବୋଲର ତାଲିକାରେ ସେ ଚତୁର୍ଥ ସ୍ଥାନରେ ଅଛନ୍ତି। କିନ୍ତୁ ବିଶେଷ କଥା ହେଉଛି ସେକେବଳ ୪ଟି ମ୍ୟାଚ ଖେଳିଛନ୍ତି, ଯାହାକି ଅନ୍ୟ ଶ୍ରେଷ୍ଠ ବୋଲରଙ୍କ ପ୍ରାୟ ଅଧା ଅଟେ। ସେ ୪ଟି ମ୍ୟାଚରେ ସେ ୭ଟି ଆଭରେଜରେ ବିରୋଧୀ ବ୍ୟାଟ୍ସମ୍ୟାନଙ୍କୁ ତାଙ୍କର ଶିକାର କରିଛନ୍ତି।
ତେବେ ବର୍ତ୍ତମାନ ଶାମି ଏକ ଭିନ୍ନ କାରଣ ପାଇଁ ସୋସିଆଲ ମିଡିଆରେ ହେଡଲାଇନରେ ରହିଛନ୍ତି। କାରଣ ହେଲା ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ପାୟଲ ଘୋଷ ତାଙ୍କୁ ବିବାହ ପାଇଁ ପ୍ରସ୍ତାବ ଦେଇଛନ୍ତି। ପାୟଲ ଘୋଷ ଟୁଇଟ କରିଛନ୍ତି, ଏହି ଟୁଇଟରେ ସେ ମହମ୍ମଦ ଶାମିଙ୍କ ପ୍ରତି ନିଜର ପ୍ରେମ ବ୍ୟକ୍ତ କରିଛନ୍ତି। ଅଭଭିନେତ୍ରୀ ଟୁଇଟରରେ ଲେଖିଛନ୍ତି ଯେ ଶାମି, ତୁମେ ତୁମର ଇଂରାଜୀକୁ ସୁଧାରି ଦିଅ, ମୁଁ ତୁମକୁ ବିବାହ କରିବାକୁ ପ୍ରସ୍ତୁତ।
ତେବେ ସୋସିଆଲ ମିଡିଆରେ ବଲିଉଡର ପ୍ରସିଦ୍ଧ ଏହି ଅଭିନେତ୍ରୀ ପାୟଲ ଘୋଷଙ୍କ ଟୁଇଟ ବେଳକୁ ବେଳ ଭାଇରାଲ ହେବାରେ ଲାଗିଛି। ଏହା ବ୍ୟତୀତ ସୋସିଆଲ ମିଡିଆ ବ୍ୟବହାରକାରୀମାନେ କମେଣ୍ଟ କରି କ୍ରମାଗତ ଭାବରେ ନିଜର ମତାମତ ଦେଉଛନ୍ତି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳର ଚମତ୍କାର ଯାତ୍ରା ବିଶ୍ୱକପରେ ଜାରି ରହିଛି। କ୍ରମାଗତ ୮ଟି ମ୍ୟାଚ ଜିତି ସେମିଫାଇନାଲରେ ଭାରତୀୟ ଦଳ ନିଜର ସ୍ଥାନ ହାସଲ କରିଛି। ସେମିଫାଇନାଲରେ ପ୍ରବେଶ କରିଥିବା ଭାରତ ପ୍ରଥମ ଦଳ ହୋଇପାରିଛି। ତେବେ ଭାରତୀୟ ଦଳ ଏହାର ଶେଷ ଲିଗ ମ୍ୟାଚ ନେଦରଲ୍ୟାଣ୍ଡ ବିପକ୍ଷରେ ୧୨ ନଭେମ୍ବରରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri