ଫଟୋଗ୍ରାଫରଙ୍କୁ ହାତଯୋଡି ଏମିତି କହିଲେ ରିୟା ଚକ୍ରବର୍ତ୍ତୀ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରଠାରୁ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଚର୍ଚ୍ଚାରେ ରହିଛନ୍ତି। ସୁଶାନ୍ତଙ୍କ ପ୍ରେମିକା ରିୟାଙ୍କୁ ଡ୍ରଗ୍ସ କାରବାରରେ ଜେଲ ମଧ୍ୟ ଯିବାକୁ ପଡ଼ିଥିଲା। ଅଭିନେତାଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ପକ୍ଷରୁ ରିୟାଙ୍କ ନାମରେ ଥାନାରେ ଏତଲା ମଧ୍ୟ ଦିଆଯାଇଥିଲା। ଏଥିସହ ପୁଅକୁ ଆତ୍ମହତ୍ୟା ପାଇଁ ଉସୁକାଇଥିବା ନେଇ ମଧ୍ୟ ଅଭିଯୋଗ ହୋଇଥିଲା। ଏବେ ରିୟା ଯେଉଁଆଡେ ବି ଯାଉଛନ୍ତି କ୍ୟାମେରାମ୍ୟାନ୍‌ ତାଙ୍କୁ ଘେରିଯାଉଛନ୍ତି। ନିକଟରେ ରିୟାଙ୍କ ଏମିତି ଏକ ଭିଡିଓ ଦେଖିବାକୁ ମିଳିଛି। ଭିଡିଓରେ ଫଟୋଗ୍ରାଫର ରିୟାଙ୍କୁ ଘେରି ରହିଥିବା ବେଳେ ସେ ହାତ ଯୋଡୁଥିବା ଦେଖିବାକୁ ମିଳୁଛି। ଏଥିସହ ସେ କହୁଛନ୍ତି, ଦୟାକରି ମୋର ପିଛା କରିବା ବନ୍ଦ କରନ୍ତୁ ବୋଲି ରିୟା କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ

ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri