ତେଜିଲା ସେଲିବ୍ରିଟିଙ୍କ ସ୍ବର, ଭାରତକୁ ଭାଙ୍ଗିବାକୁ ଚେଷ୍ଟା କରନ୍ତୁ ନାହିଁ

ଅନ୍ତର୍ଜାତୀୟ ପପ ତାରକା ରିହାନା ଏବଂ ପରିବେଶ କାର୍ଯ୍ୟକର୍ତ୍ତା ଗ୍ରେଟା ଥେନବର୍ଗ ଭାରତରେ ଚାଲିଥିବା କୃଷକ ଆନ୍ଦୋଳନକୁ ସମର୍ଥନ କରିଛନ୍ତି। କୃଷକମାନେ ଅନ୍ତର୍ଜାତୀୟ ସମର୍ଥନ ପାଇବା ପରେ ଏହାକୁ ଭାରତ ଭାଙ୍ଗିବା ପାଇଁ ଏକ ପ୍ରୟାସ ବୋଲି କୁହାଯାଉଛି। ବଲିଉଡର ସୁପରଷ୍ଟାର ଅଜୟ ଦେବଗନ ଏବଂ ଅକ୍ଷୟ କୁମାର ଏନେଇ ଟୁଇଟ୍‌ କରିଛନ୍ତି। ଅଜୟ ଦେବଗନ ତାଙ୍କ ପ୍ରଶଂସକଙ୍କୁ ନିବେଦନ କରି କହିଛନ୍ତି ଯେ, ଭାରତ କିମ୍ବା ଭାରତୀୟ ନୀତି ବିରୋଧରେ ଏହି ମିଥ୍ୟା ପ୍ରଚାରରେ ବିଶ୍ୱାସ କରନାହିଁ। ଏଥି ସହିତ ଅକ୍ଷୟ କୁମାର ଟୁଇଟ କରିଛନ୍ତି ଯେ ଆମ ମଧ୍ୟରେ ଦୂରତା ସୃଷ୍ଟି କରୁଥିବା ସ୍ବରକୁ ଧ୍ୟାନ ଦିଅନ୍ତୁ ନାହିଁ। ଅନ୍ୟପକ୍ଷରେ ଅକ୍ଷୟ କୁମାର ବୈଦେଶିକ ମନ୍ତ୍ରଣାଳୟର ବିବୃତ୍ତିକୁ ରିଟୁଇଟ କରି କହିଛନ୍ତି ଯେ କୃଷକ ଆମ ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେମାନଙ୍କର ସମସ୍ୟାର ସମାଧାନ ପାଇଁ ପ୍ରୟାସ ମଧ୍ୟ ହୋଇଛି। ଏପରି ପରିସ୍ଥିତିରେ ଦୂରତା ସୃଷ୍ଟି କରୁଥିବା ଜିନିଷ ଉପରେ ଧ୍ୟାନ ଦେବା ପରିବର୍ତ୍ତେ, ପରସ୍ପର ସହିତ ସମାଧାନ କରି ପରସ୍ପରକୁ ସମର୍ଥନ କରନ୍ତୁ। ଏହି ଟୁଇଟ ପରେ ବଲିଉଡ ତାରକାମାନେ ମଧ୍ୟ #IndiaTogether #IndiaAgainstPropaganda ପରି ହ୍ୟାସଟ୍ୟାଗ ବ୍ୟବହାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri