ଆଲିଆଙ୍କୁ ଝଟ୍‌କା

ସୁପରହିଟ୍‌ ଫିଲ୍ମ ‘ବାହୁବଳୀ’ର ନିର୍ଦ୍ଦେଶକ ଏସ ରାଜାମୌଲିଙ୍କ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍’‌ ହେଉଛି ୨୦୨୦ର ବର୍ଷର ସବୁଠୁ ଚର୍ଚ୍ଚିତ ତଥା ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ତେବେ କରୋନା ମହାମାରୀ ହେତୁ ବର୍ତ୍ତମାନ ଏହାର ରିଲିଜ୍‌କୁ ଚଳିତ ବର୍ଷ ସ୍ଥଗିତ ରଖାଯାଇଛି। ଚଳିତ ବର୍ଷ ମାର୍ଚ୍ଚରେ ଫିଲ୍ମର ପୋଷ୍ଟର ଏବଂ ଟିଜର ମୁକ୍ତିଲାଭ କରିଥିଲା। କିନ୍ତୁ ଫିଲ୍ମଟି ଆସନ୍ତା ବର୍ଷ ମୁକ୍ତିଲାଭ କରିବ। ଏହି ସମୟରେ ଫିଲ୍ମ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ଫିଲ୍ମରୁ ହଟାଇ ଦିଆଯିବ ବୋଲି କୁହାଯାଉଛି। ଆଲିଆଙ୍କ ବଦଳରେ ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କୁ ନେବା ପାଇଁ ସମସ୍ତ ପ୍ରସ୍ତୁତି ଚାଲିଛି। ଏଥିସହିତ ଏହା ପଛରେ ଏକ ବିବାଦ ଦେଖାଦେଇଛି ବୋଲି ମଧ୍ୟ ଆଶଙ୍କା କରାଯାଉଛି। ନିକଟରେ ଆଲିଆ ଭଟ୍ଟଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ସଡ଼କ-୨’ର ଟ୍ରେଲର ଏବଂ ଗୀତ ରିଲିଜ ହେବାପରେ ୟୁଟ୍ୟୁବରେ ଏହାକୁ ରେକର୍ଡସଂଖ୍ୟକ ଦର୍ଶକ ନାପସନ୍ଦ କରିଥିଲେ। ଏହା ଦର୍ଶକ ଆଲିଆଙ୍କୁ ଅସ୍ବୀକାର କରୁଥିବା ସୂଚାଉଛି। ଏଭଳି ପରିସ୍ଥିତିରେ ଆଲିଆଙ୍କ ହାତରୁ ଆର୍‌ଆର୍‌ଆର୍‌ ଯିବା ଏକ ବଡ଼ ଝଟ୍‌କା ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri