୧୫ ବର୍ଷ ଧରି ଡେଟ୍‌ କରିଥିଲେ ମଧ୍ୟ ନାଗାର୍ଜୁନଙ୍କୁ ବିବାହ କରି ନ ଥିଲେ ବଲିଉଡ୍‌ର ଏହି ଲୋକପ୍ରିୟ ଅଭିନେତ୍ରୀ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ ଅଭିନେତା ଆକ୍କିନେନି ନାଗାର୍ଜୁନ। ଆଜି ତାଙ୍କର ଜନ୍ମଦିନ। ୨୯ ଅଗଷ୍ଟ, ୧୯୫୯ରେ ହାଇଦ୍ରାବାଦରେ ଜନ୍ମଗ୍ରହଣ କରିଥିବା ନାଗାର୍ଜୁନ ୬୧ବର୍ଷରେ ପାଦ ଦେଇଛନ୍ତି। କିନ୍ତୁ ତାଙ୍କ ଫିସ୍‌ନେସ୍‌କୁ ଦେଖିଲେ ଆଜି ବି ସବୁ ହିରୋକୁ ସେ ପଛରେ ପକାଇଦେବେ।
ନାଗାର୍ଜୁନ ସଫଳ ଅଭିନେତା ସାଙ୍ଗକୁ ନିର୍ମାତା, ଟିଭି ଉପସ୍ଥାପକ ଏବଂ ବ୍ୟବସାୟୀ ମଧ୍ୟ ଅଟନ୍ତି। ଦକ୍ଷିଣ ଭାରତୀୟ ଫିଲ୍ମ ବ୍ୟତିତ ସେ କେତୋଟି ବଲିଉଡ୍‌ ଫିଲ୍ମରେ ମଧ୍ୟ କାମ କରିଛନ୍ତି। ଅଭିନୟ ସାଙ୍ଗକୁ ତାଙ୍କର ଲଭ୍‌ ଲାଇଫ୍‌ ସବୁବେଳେ ଚର୍ଚ୍ଚାରେ ରହିଥାଏ।


ଫିଲ୍ମ ‘ବିକ୍ରମ’ରୁ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ ଅଗାର୍ଜୁନ। ୧୯୮୪ରେ ସେ ଲକ୍ଷ୍ମୀ ଦଗ୍ଗୁବତୀଙ୍କୁ ପ୍ରଥମ ବିବାହ କରିଥିଲେ। ବିବାହର ୬ ବର୍ଷ ପରେ ସେମାନେ ପରସ୍ପରଠାରୁ ଅଲଗା ହୋଇଯାଇଥିଲେ। ସେମାନେ ଅଲଗା ହେବାର କାରଣ ଅଭିନେତ୍ରୀ ଅମଲା ମୁଖାର୍ଜୀ ବୋଲି କୁହାଯାଏ। ଅମଲା ଏବଂ ନାଗାର୍ଜୁନ କେତୋଟି ସିନେମାରେ ଏକତ୍ର କାମ ମଧ୍ୟ କରିଛନ୍ତି। ଫିଲ୍ମର ଶୁଟିଂ ସମୟରେ ଉଭୟ ଆମେରିକାରେ ଥିବାବେଳେ ନାଗାର୍ଜୁନ ତାଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ। ପରେ ୧୯୯୨ରେ ସେମାନେ ଚେନ୍ନାଇରେ ବ୍ୟକ୍ତିଗତ ସମାରୋହରେ ବିବାହ କରିଥିଲେ। ନାଗାର୍ଜୁନଙ୍କର ପ୍ରଥମ ସ୍ତ୍ରୀ ଲକ୍ଷ୍ମୀଙ୍କଠାରୁ ଜଣେ ସନ୍ତାନ ନାଗା ଚୈତନ୍ୟ ଏବଂ ଅମଲାଙ୍କଠାରୁ ଅଖିଲ ଅକ୍କିନେନୀ ରହିଛନ୍ତି। ଅମଲାଙ୍କୁ ବିବାହ ପରେ ନାଗାର୍ଜୁନଙ୍କର ବଲିଉଡ୍‌ ଅଭିନେତ୍ରୀ ତବ୍ବୁଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ସେହି ସମୟରେ ଖୁବ୍‌ ଚର୍ଚ୍ଚାରେ ଥିଲେ। ୧୫ ବର୍ଷ ପର୍ଯ୍ୟନ୍ତ ସେମାନେ ପରସ୍ପରକୁ ଡେଟ୍‌ କରିଥିଲେ ବୋଲି କୁହାଯାଏ। କିନ୍ତୁ ସେମାନେ ବିବାହ କରି ନ ଥିଲେ। ଏହାର କାରଣ ନାଗାଜୁନ ପୂର୍ବରୁ ବିବାହିତ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri