Posted inଜାତୀୟ

ଡ୍ରଗ୍ସ୍‌ କାରବାର ନେଇ ବଲିଉଡ୍‌କୁ ବଦନାମ କରାଯାଉଛି: ଜୟା

ନୂଆଦିଲ୍ଲୀ, ୧୫।୯: ଡଗ୍ସ୍‌ କାରବାର ନେଇ ବଲିଉଡ୍‌କୁ ବଦନାମ କରାଯିବାର ଯୋଜନା କରାଯାଉଛି। ମନୋରଞ୍ଜନ ଶିଳ୍ପ ପ୍ରତିଦିନ ୫ ଲକ୍ଷରୁ ଅଧିକ ଲୋକଙ୍କୁ ରୋଜଗାର ଯୋଗାଇ ଦେଇଥାଏ। ଏପରିସ୍ଥଳେ ଏହାକୁ ବଦନାମ୍‌ କରାଯିବା ଅନୁଚିତ ବୋଲି ସଂସଦର ଦ୍ୱିତୀୟ ଦିନରେ ମଙ୍ଗଳବାର ରାଜ୍ୟ ସଭାରେ ସମାଜବାଦୀ ପାର୍ଟି ଏମ୍‌ପି ଜୟା ବଚ୍ଚନ କହିଛନ୍ତି। ସୋସିଆଲ୍‌ ମିଡ଼ିଆରେ ଏନେଇ ବହୁ ଅପପ୍ରଚାର କରାଯାଉଛି। ବର୍ତ୍ତମାନ ଦେଶର ଆର୍ଥିକ ସ୍ଥିତି ଖରାପ ରହିଛି। ଏସବୁରୁ ଲୋକଙ୍କ ଧ୍ୟାନ ହଟାଇବା ଲାଗି ବଲିଉଡ୍‌କୁ ଟାର୍ଗେଟ କରାଯାଉଛି। ଏଭଳି କାର୍ଯ୍ୟ ଜାରି ରହିଥିଲେ ମଧ୍ୟ ବଲିଉଡ୍‌କୁ ସରକାରଙ୍କ ସମର୍ଥନ ମିଳିପାରୁ ନ ଥବା ଜୟା ଅଭିଯୋଗ କରିଛନ୍ତି। ଫିଲ୍ମ ଇଣ୍ଡଷ୍ଟ୍ରିରୁ ପରିଚିତି ହାସଲ କରିଥିବା ଲୋକେ ଏବେ ଏହାକୁ ଆବର୍ଜନା ସ୍ଥଳ ବୋଲି କହି ଏହାର ଅପମାନ କରୁଛନ୍ତି। କାହାର ନାମ ନ ନେଇ ସେ ରବି କିଶନଙ୍କ ଉଦ୍ଦେଶ୍ୟରେ ଏଭଳି ମନ୍ତବ୍ୟ ଦେଇଛନ୍ତି। ଫିଲ୍ମ ଇଣ୍ଡଷ୍ଟ୍ରିର ବହୁ ଲୋକ ଅଧିକ ଆୟକର ମଧ୍ୟ ଦେଉଛନ୍ତି। ତେବେ ସେମାନଙ୍କ ମଧ୍ୟ ଯୋଜନାବଦ୍ଧ ଭାବେ ଟାର୍ଗେଟ କରାଯାଉଛି। ଏହା ଅତ୍ୟନ୍ତ ଦୁଃଖ ଏବଂ କ୍ଷୋଭର ବିଷୟ ବୋଲି ଜୟା କହିଛନ୍ତି। ଫିଲ୍ମ ଇଣ୍ଡଷ୍ଟ୍ରିକୁ ନେଇ ଅତୀତରେ ବହୁ ପ୍ରତିଶ୍ରୁତି ଦିଆଯାଇଛି। ମାତ୍ର ପ୍ରତିଶ୍ରୁତି କେବଳ ପାଣିର ଗାର ହୋଇ ରହିଯାଇଛି। ସରକାରଙ୍କ ସହାୟତା ଲାଗି ସବୁବେଳେ ଫିଲ୍ମ ଇଣ୍ଡଷ୍ଟ୍ରି ଆଗକୁ ଆସିଥାଏ। କିନ୍ତୁ ସରକାର ବହୁ ଲୋକଙ୍କୁ ରୋଜଗାର ଯୋଗାଉଥିବା ଫିଲ୍ମ ଇଣ୍ଡଷ୍ଟ୍ରିକୁ ଅଣଦେଖା କରୁଛନ୍ତି। କିଛି ଖଳ ପ୍ରକୃତିର ଲୋକଙ୍କ ପାଇଁ ଫିଲ୍ମ ଇଣ୍ଡଷ୍ଟ୍ରି ପ୍ରତିଛବିକୁ ନିର୍ମଳ କରିବା ସରକାରଙ୍କ ପ୍ରଥମ କାର୍ଯ୍ୟ ବୋଲି ଜୟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri