ଏହି ସୁପରଷ୍ଟାରଙ୍କ ଜନ୍ମଦିନରେ ଆସୁଥିଲା ଟ୍ରକ ଭର୍ତ୍ତି ଫୁଲ: ଝିଅଙ୍କର ଥିଲା ଏହି ଭୁଲ ଚିନ୍ତାଧାରା

ବଲିଉଡ୍‌ରେ କାକା ନାମରେ ପ୍ରସିଦ୍ଧ ଭେଟେରାନ ସୁପରଷ୍ଟାର ରାଜେଶ ଖନ୍ନାଙ୍କର ଆଜି ହେଉଛନ୍ତି ୭୮ତମ ଜନ୍ମଦିନ। ୨୯ ଡିସେମ୍ବର, ୧୯୪୨ରେ ପଞ୍ଜାବର ଅମୃତସରରେ ସେ ଜନ୍ମଗ୍ରହଣ କରିଥିଲେ। ଏହି ସମାନ ଦିନରେ ତାଙ୍କ ଝିଅ ଟ୍ବିଙ୍କଲ ଖନ୍ନା ମଧ୍ୟ ଜନ୍ମଦିନ ପାଳନ କରିଥାନ୍ତି। ଟ୍ବିଙ୍କଲ ଖନ୍ନା ୨୯ ଡିସେମ୍ବର, ୧୯୭୪ରେ ପୁନେରେ ଜନ୍ମଗ୍ରହଣ କରିଥିଲେ।
୧୯୭୩ ମାର୍ଚ୍ଚ ମାସରେ ରାଜେଶ ଡିମ୍ପଲ କପାଡିଆଙ୍କୁ ବିବାହ କରିଥିଲେ। ତାଙ୍କର ୨ ଝିଅ ଟ୍ବିଙ୍କଲ ଏବଂ ରିଙ୍କି ଖନ୍ନା ଅଛନ୍ତି। ଟ୍ବିଙ୍କଲଙ୍କ ସହ ବାପା ରାଜେଶଙ୍କ ସମ୍ପର୍କ ସବୁଠାରୁ ସ୍ବତନ୍ତ୍ର। ଏ ନେଇ ଟ୍ବିଙ୍କଲ ସୋସିଆଲ ମିଡିଆରେ ଅନେକ ଥର ପୋଷ୍ଟ ମଧ୍ୟ ଶେୟାର କରିଛନ୍ତି।
୨୦୧୮ରେ ଟ୍ବିଙ୍କଲ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ଏଥିରେ ସେ ଲେଖିଥିଲେ ଯେ, ଯେତେବେଳେ ସେ ଛୋଟ ଥିଲେ ପ୍ରତିବର୍ଷ ଜନ୍ମଦିନରେ ତାଙ୍କ ଘରକୁ ଏକ ଟ୍ରକରେ ଭର୍ତ୍ତି ହୋଇ ଫୁଲ ଆସୁଥିଲା। ଏହି ଫୁଲ ତାଙ୍କ ବାପାଙ୍କ ପାଇ ଆସୁଥିଲା। କିନ୍ତୁ ଟ୍ବିଙ୍କଲକୁ କୁହାଯାଉଥିଲା ଯେ, ଉକ୍ତ ଫୁଲ ତାଙ୍କ ପାଇଁ ଆସିଛି । ମାତ୍ର ଟ୍ବିଙ୍କଲ ବଡ଼ ହେବା ପରେ ତାଙ୍କର ଏହି ଭୁଲ ଚିନ୍ତାଧାର ଦୂର ହୋଇଥିଲା। ସେ ଜାଣିଥିଲେ ଯେ, ଉକ୍ତ ଫୁଲ ଭର୍ତ୍ତି ଟ୍ରକ ତାଙ୍କ ପାଇଁ ନୁହେଁ ବରଂ ତାଙ୍କର ସୁପରଷ୍ଟାର ବାପାଙ୍କ ପାଇଁ ଆସୁଥିଲା। ବାପାଙ୍କ ପ୍ରଶଂସକମାନେ ତାଙ୍କ ପାଇଁ ଉକ୍ତ ଫୁଲ ପଠାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri