କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦(ଶିଳ୍ପା ପ୍ରିୟଦର୍ଶିନୀ): ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ବୁଧବାର ଅନୁଷ୍ଠିତ ବାଲିଯାତ୍ରା କଟକ ଉତ୍ସବ ୨୦୨୪ର ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ଜିଲାପାଳ  କହିଛନ୍ତି, ବାଲିଯାତ୍ରା ପରିଚାଳନା ନେଇ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଛି। ବାଲିଯାତ୍ରାର ଶୁଭାରମ୍ଭ ଭଜନରୁ କରାଯିବ। ବଲିଉଡ୍‌ କଣ୍ଠଶିଳ୍ପୀ ଅନୁପ ଜଲୋଟା ପ୍ରଥମ ଦିନରେ ଭଜନ ପରିବେଷଣ କରିବେ ଏବଂ ତାଙ୍କ ସହ ଓ ଭଜନ କଣ୍ଠଶିଳ୍ପୀମାନେ ଭଜନ ପରିବେଷଣ କରିବେ। ବାଲିଯାତ୍ରାରେ ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମ, ସୁରେଶ ଓ୍ବାଡ୍‌କର ପୀୟୁଷ ମିଶ୍ରଙ୍କ ସଂଗୀତରେ ତିନିଦିନ ବଲିଉଡ୍‌ ନାଇଟ ମୁଖ୍ୟ ଆକର୍ଷଣ ପାଲଟିବ। ଏହାସହ ହମ୍ସୁଫି ବ୍ୟାଣ୍ଡ୍‌ ସଙ୍ଗୀତ ପରିବେଷଣ କରିବେ। ଓଲିଉଡ୍‌ ଏ-୧ କଣ୍ଠଶିଳ୍ପୀମାନେ ସଙ୍ଗୀତ ପରିବେଷଣ କରିବେ। ବାଲିଯାତ୍ରାରେ ପ୍ରଥମକରି ମହାନଦୀ ଉପରେ ଶୋ’ କରାଯିବ ଯେଉଁଥିରେ ୩୦୦ରୁ ୫୦୦ ଶୋ’ କରାଯିବ। ଏହାସହ ଲେଜର୍‌ ଶୋ’ ଓ ସବୁଜ ଆତସବାଜି କରାଯିବ।

ଅନ୍ୟପଟେ କଟକ-ଇନ-କଟକ ପରିସରରେ ଓ ଅସ୍ମିତା-ଓ ସିନେମା ପ୍ରଦର୍ଶନ କରାଯିବ। କଟକ-ଇନ୍‌-କଟକ ପରିସରରେ ଏକ ବୁକ୍‌ ଫେୟାର କରାଯିବ। ବାଲିଯାତ୍ରାକୁ ନେଇ ଏକ ସଙ୍ଗୀତ ତିଆରି କରାଯାଉଛି ଏବଂ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଏହାର ମ୍ୟୁଜିକ୍‌ ବି ଉନ୍ମୋଚନ କରାଯିବ। ବାଲିଯାତ୍ରାର ଉପର ଓ ତଳ ପଡ଼ିଆରେ ସମୁଦାୟ ୧୨୦୦ ଷ୍ଟଲ୍‌ କରାଯିବ। ବାଲିଯାତ୍ରାରେ ନିଲାମ ପ୍ରକ୍ରିୟା ମାଧ୍ୟମରେ ବ୍ୟବସାୟୀମାନଙ୍କୁ ପ୍ଲଟ୍‌ ଆବଣ୍ଟନ କରାଯିବ। ଆବେଦନକାରୀମାନେ ନିଲାମର ସମ୍ପୂର୍ଣ୍ଣ ବିବରଣୀ ପାଇ ପାରିବେ। ଏଥି ନିମନ୍ତେ ଗତ ମଙ୍ଗଳବାର ୧୫ ତାରିଖଠାରୁ ପ୍ଲଟ୍‌ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ସ୍ଥାନୀୟ ବାରବାଟୀ ପ୍ୟାଲେସ୍‌ଠାରେ ଏହି ପ୍ରକ୍ରିୟା କରାଯାଉଛି ଏବଂ ଆସନ୍ତା ୨୫ ତାରିଖ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଏହି ପଞ୍ଜୀକରଣ ଚାଲିବ।

ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସିଏମ୍‌ସି କମିଶନର ଅନାମ ଚରଣ ପାତ୍ର, ଅତିରିକ୍ତ ଦେବଦତ୍ତ କର, ଅତିରିକ୍ତ ଜିଲାପାଳ ଶିବ ଟେରା, ଅତିରିକ୍ତ ଜିଲାପାଳ ଦିବ୍ୟଲୋଚନ ମହାନ୍ତି, ଉପଜିଲାପାଳ କଟକ-ସଦର ଜ୍ୟୋତିଶଙ୍କର ରାୟ, ଜିଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri