ଫେବୃଆରୀ ୨ରେ ନୁହଁ, ଏହି ତାରିଖରେ ସାତଫେରା ନେବେ ରଶ୍ମିକା-ବିଜୟ

ମୁମ୍ବାଇ,୨।୨: ଗ୍ଲାମର ଦୁନିଆର ଫେମସ କପଲ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହ ଖବରକୁ ନେଇ ବେଶ ଚର୍ଚ୍ଚାରେ ରହିଛନ୍ତି । ନୂଆ ନୂଆ ତାରିଖକୁ ନେଇ ସସପେନ୍ସ ଜାରି ରହିଛି । ସେମାନେ ଦୁହେଁ ସେମାନଙ୍କ ଜୀବନର ଏକ ନୂତନ ଅଧ୍ୟାୟ ଆରମ୍ଭ କରିବାକୁ ଯାଉଛନ୍ତି । ପ୍ରାୟ ଆଠ ବର୍ଷ ଧରି ଡେଟିଂ କରିବା ପରେ, ଏହି ଦମ୍ପତି ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ।

କୁହାଯାଉଛି ଯେ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ରାଜକୀୟ ବିବାହ ହେବ ।ଦମ୍ପତିଙ୍କ ଡେଷ୍ଟିନେସନ୍ ବିବାହ ଉଦୟପୁର ସିଟି ପ୍ୟାଲେସରେ ହେବ ବୋଲି ଚର୍ଚ୍ଚା ହେଉଛି । ତେବେ ଫେବୃଆରୀ ୨ ତାରିଖରେ ତାଙ୍କର ବିବାହ ହେବା ନେଇ ଅନେକ ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା । ହେଲେ ଆଜି ପୁଣି ଆଉ ଏକ ନୂଆ ତାରିଖ ସାମ୍ନାକୁ ଆସିଛି । ଏକ ତେଲୁଗୁ ଗଣମାଧ୍ୟମର ରିପୋର୍ଟ ଅନୁସାରେ, ତାଙ୍କର ବିବାହ ଉଦୟପୁରରେ ହିଁ ହେବ କିନ୍ତୁ ଦୁଇ ତାରିଖ ବଦଳରେ ୨୬ ତାରିଖରେ ହେବ ।

ଏହି ବିବାହରେ କେବଳ ନିକଟ ସମ୍ପର୍କୀୟ ଏବଂ ଇଣ୍ଡଷ୍ଟ୍ରିର କିଛି ବଛା ବଛା ବ୍ୟକ୍ତି ଯୋଗ ଦେବେ । ଏହି ବିବାହ କୌଣସି ଗଣମାଧ୍ୟମ କଭରେଜ୍ ବିନା ବ୍ୟକ୍ତିଗତ ଭାବରେ ଆୟୋଜନ କରାଯାଉଛି । ଏହା ମଧ୍ୟ କୁହାଯାଉଛି ଯେ ବିବାହ ପରେ ଦମ୍ପତି ହାଇଦ୍ରାବାଦରେ ଏକ ଭବ୍ୟ ରିସେପ୍ସନ ପାର୍ଟିର ଆୟୋଜନ କରିବେ। ବର୍ତ୍ତମାନ ସୁଦ୍ଧା ଦମ୍ପତିଙ୍କ ପକ୍ଷରୁ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri