ବିକ୍ରିହେଲା ବଲିଉଡ୍‌ର ଶୋ’ମ୍ୟାନ୍‌ ରାଜ କପୁରଙ୍କ ଘର

ମୁମ୍ବାଇ: ବଲିଉଡ୍‌ର ଶୋ’ ମ୍ୟାନ୍‌ ତଥା ଦିବଂଗତ ଅଭିନେତା ରାଜ କପୁରଙ୍କ ଐତିହାସିକ ବଙ୍ଗଳା ବିକ୍ରି ହୋଇଛି। ମୁମ୍ବାଇର ଚେମ୍ବୁରସ୍ଥିତ ଏହି ବଙ୍ଗଳାକୁ ଗୋଦରେଜ୍‌ ପ୍ରପର୍ଟିଜ୍‌ ଏଲ୍‌ଟିଡି ୧୦୦ କୋଟିରେ କିଣିଛି। ଏନେଇ କମ୍ପାନୀର ଚେୟାରମ୍ୟାନ ଫିରୋଜଶା ଗୋଦରେଜ୍‌ ସୂଚନା ଦେଇଛନ୍ତି। କମ୍ପାନୀ ଉକ୍ତ ସ୍ଥାନରେ ଏକ ବିଳାସପୂର୍ଣ୍ଣ ଆବାସିକ ପ୍ରକଳ୍ପ ତିଆରି କରିବାକୁ ଯୋଜନା କରିଥିବା ସୂଚନା ରହିଛି। ପ୍ରାୟ ୧ ଏକର ଜମିରେ ବିସ୍ତୃତ ଏହି ବଙ୍ଗଳାକୁ ରାଜ କପୁରଙ୍କ ଆଇନଗତ ଉତ୍ତରାଧିକାରୀ କପୁର ପରିବାରଠାରୁ କିଣାଯାଇଥିବା କମ୍ପାନୀ କହିଛି। ବଙ୍ଗଳାଟି ଥିବା ଅଞ୍ଚଳ ସବୁଠୁ ପ୍ରିମିୟମ ରେସିଡେନ୍ସି ଅଞ୍ଚଳ ବୋଲି କୁହାଯାଏ। ତେବେ ବଙ୍ଗଳାର ଦାମ ୫୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଥିଲା। କିନ୍ତୁ କପୁର ପରିବାର ଏହି ବଙ୍ଗଳାର ଦେଖାଶୁଣା କରିବାରେ ବିଫଳ ହେବାରୁ ଏହାକୁ ବିକ୍ରି କରିବାକୁ ନିଷ୍ପତ୍ତି ନେଇଥିଲେ। ୧୯୪୬ରେ ରାଜ କପୁର ଏହି ବଙ୍ଗଳାକୁ ତିଆରି କରିଥିଲେ। ସେଠାରେ ସେ, ତାଙ୍କ ସ୍ତ୍ରୀ ଏବଂ ପିଲାମାନେ ରହୁଥିଲେ। ଏହା ପୂର୍ବରୁ ମଧ୍ୟ ଗୋଦରେଜ୍‌ କମ୍ପାନୀ କପୁର ପରିବାରଠାରୁ ୨୦୧୯ ମେ’ରେ ଆର୍କେ ଷ୍ଟୁଡିଓ କିଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…

ମୁମ୍ବାଇ: ବଲିଉଡର ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ…

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?