ବଲିଉଡ୍‌ ଗାୟକ ସୌରିନ୍‌ ଭଟ୍ଟଙ୍କ ନାଁରେ ଯୌନ ନିର୍ଯାତନା ମାମଲା

କଟକ,୨୩ା୬ (କାର୍ତ୍ତିକ ସାହୁ): ବଲିଉଡ୍‌ କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କୁ ନ ପାଇ କୋଲକାତାସ୍ଥିତ ତାଙ୍କ ଘରୁ ଖାଲି ହାତରେ ଫେରିବାକୁ ବାଧ୍ୟ ହୋଇଛି କମିଶନରେଟ୍‌ ପୋଲିସ। ଜଣେ ଓଡ଼ିଆ ଗାୟିକାଙ୍କ ଅଭିଯୋଗ ଆଧାରରେ କଟକ ମହିଳା ଥାନା ପୋଲିସ ମାମଲା ରୁଜୁ କରିବା ପରେ ସୌରିନଙ୍କୁ ଆଣିବା ପାଇଁ କୋଲକାତାସ୍ଥିତ ତାଙ୍କ ଘରେ ବୁଧବାର ରାତିରେ ଚଢ଼ାଉ କରିଥିଲା। ହେଲେ ସେଠାରେ ସେ ନ ଥିଲେ। ସେ ଏବେ ଦିଲ୍ଲୀରେ ଅଛନ୍ତି ବୋଲି ତାଙ୍କ ପରିବାର ଲୋକେ କହିଥିଲେ। ଏଥିସହ ସୌରିନ୍‌ଙ୍କ ପରିବାର ଲୋକେ ଯୁବତୀ ଜଣଙ୍କ ସୌରିନଙ୍କୁ ବ୍ଲାକ୍‌ମେଲ୍‌ କରୁଥିବା ପାଲଟା ଅଭିଯୋଗ ଆଣିଥିବା ପୋଲିସ କହିଛି॥ ସୂଚନାଯୋଗ୍ୟ, ବ୍ୟାଙ୍କ କର୍ମଚାରୀ ଭାବେ ବୃତ୍ତିଗତ ଜୀବନ ଜିଉଁଥିବା ଜଣେ ଓଡ଼ିଆ ଗାୟିକାଙ୍କୁ ସୌରିନ୍‌ ଯୌନ ଶୋଷଣ ଓ ନିର୍ଯାତନା ଦେଇଆସୁଥିଲେ ବୋଲି ସମ୍ପୃକ୍ତ ଯୁବତୀ ମହିଳା ଥାନାରେ ଏତଲା ଦେଇଥିଲେ। ସୌରିନ୍‌ ସମ୍ପୃକ୍ତା ଯୁବତୀଙ୍କୁ ବିବାହ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ହେଲେ ପରବର୍ତ୍ତୀ ସମୟରେ ସୌରିନ୍‌ ବିବାହିତ ଓ ତାଙ୍କର ଏକ ଝିଅ ଅଛନ୍ତି ବୋଲି ଯୁବତୀ ଜଣଙ୍କ ଜାଣିବାକୁ ପାଇଥିଲେ। ସେ ତାଙ୍କଠାରୁ ଦୂରେଇବାରେ ତାଙ୍କର ନଗ୍ନ ଫଟୋ ଓ ଭିଡିଓ ଦେଖାଇ ସୌରିନ୍‌ ତାଙ୍କୁ ବ୍ଲାକ୍‌ମେଲ୍‌ ସହ ଯୌନ ଶୋଷଣ କରୁଥିଲେ। ଯୁବତୀ ବିରୋଧ କଲେ ତାଙ୍କୁ ମାଡ଼ ମଧ୍ୟ ମାରୁଥିଲେ। ଏପରି କି ଯୁବତୀ ଜଣଙ୍କୁ ସେ ଜଗତପୁର ନିକଟରେ କାର୍‌ରୁ ଠେଲି ମାରିଦେବାକୁ ଉଦ୍ୟମ କରିଥିଲେ। ମହିଳା ଥାନା ପୋଲିସ ଯୁବତୀଙ୍କ ଡାକ୍ତରୀ ପରୀକ୍ଷା କରାଇବା ପରେ ସୌରିନ୍‌ଙ୍କୁ ଥାନାରେ ହାଜର ହେବା ପାଇଁ କୁହାଯାଇଥିଲା। ହେଲେ ସେ ଥାନାକୁ ନ ଆସିବାରୁ ପୋଲିସ ପକ୍ଷରୁ କୋଲକାତାସ୍ଥିତ ତାଙ୍କ ବାସଭବନରେ ଚଢ଼ାଉ କରିବାକୁ ପଦକ୍ଷେପ ନିଆଯାଇଥିଲା। ଜଣେ ମହିଳା ଏସ୍‌ଆଇଙ୍କ ନେତୃତ୍ୱରେ ୫ ଜଣିଆ ପୋଲିସ ଟିମ୍‌ ଏଥିରେ ସାମିଲ ହୋଇଥିଲେ। କୋଲକାତା ପୋଲିସ ସହାୟତାରେ ଏହି ଚଢ଼ାଉ କରାଯାଇଥିଲା। ଅନ୍ୟପକ୍ଷରେ ଗିରଫ ଭୟରେ ସୌରିନ୍‌ ଫେରାର ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri