ବିଓଏମ୍‌ର ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୮।୧୧: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଶେଷ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ୨ୟ ତ୍ରୈମାସିକ କାରବାର ସମ୍ପର୍କିତ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ବିଶେଷକରି ଋଣ ଓ ଜମା ଅଭିବୃଦ୍ଧି କ୍ଷେତ୍ରରେ ବିଓଏମ୍‌ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ମଧ୍ୟରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ରୂପେ ପରିଗଣିତ ହୋଇଛି। ଅପରପକ୍ଷରେ ପୁଣେସ୍ଥିତ ବିଓଏମ୍‌ର ମୁଖ୍ୟାଳୟର ସୂଚନା ଅନୁସାରେ ବ୍ୟାଙ୍କ ଜମା ଓ ଅଗ୍ରିମ କ୍ଷେତ୍ରରେ ୨୦% ଅଭିବୃଦ୍ଧି ହାର ହାସଲକରି ୨ୟ ତ୍ରୈମାସରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ମଧ୍ୟରେ ସବୁଠାରୁ ଶୀର୍ଷ ସ୍ଥାନ ହାସଲ କରିପାରିଛି। ଏପରିକି ପ୍ରକାଶ ପାଇଥିବା ସୂଚନା ଅନୁଯାୟୀ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ତାଲିକାରେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ସୁଦ୍ଧା ଘରୋଇ ଗ୍ରସ୍‌ ଅଗ୍ରିମ କ୍ଷେତ୍ରରେ ବ୍ୟାଙ୍କ ୨୩.୫୫% ଅଭିବୃଦ୍ଧି ହାରରେ ୧,୮୩,୧୨୨ କୋଟି ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଜମା ଅଭିବୃଦ୍ଧି କ୍ଷେତ୍ରରେ ବ୍ୟାଙ୍କର ୨୨.୧୮% ଅଭିବୃଦ୍ଧି ଘଟିଥିଲାବେଳେ ୨୦୨୩ ସେପ୍ଟେମ୍ବର ଶେଷ ସୁଦ୍ଧା ବ୍ୟାଙ୍କ ୨,୩୯,୨୯୮ କୋଟି ଟଙ୍କା ସଂଗ୍ରହ କରିପାରିଛି। ଏପରିକି ସ୍ବଳ୍ପ ମୂଲ୍ୟରେ ଚଳନ୍ତି ଖାତା ଏବଂ ସଞ୍ଚୟ ଖାତା (କାସା) ଜମା କ୍ଷେତ୍ରରେ ୫୦.୭୧% ହାରରେ ବ୍ୟାଙ୍କ ଶୀର୍ଷ ସ୍ଥାନ ବଜାୟ ରଖିଛି। ସେହିପରି ବ୍ୟାଙ୍କର ମୋଟ୍‌ ବ୍ୟବସାୟିକ ଅଭିବୃଦ୍ଧି ୨୨.୭୭% ବୃଦ୍ଧି ପାଇ ସର୍ବାଧିକ ୪,୨୨,୪୨୦ କୋଟି ଟଙ୍କାରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri