ଦଳେଇପୁଟରେ ବୋମା ମାଡ଼

ଖୋର୍ଦ୍ଧା ଅଫିସ, ୧୩।୮: ଖୋର୍ଦ୍ଧା ସଦର ଥାନା ଅଧୀନ ଦଳେଇପୁଟ ଗ୍ରାମର ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ଖବର ପାଇ ପୋଲିସ ପହଞ୍ଚି ଅଫୁଟା ବୋମା ଓ ହୃଦାନନ୍ଦଙ୍କ ଘରର କ୍ଷତିଗ୍ରସ୍ତ ଝରକାର କିଛି ଅଂଶ ଜବତ କରିଛି। ଏ ନେଇ ହୃଦାନନ୍ଦ ବୁଧବାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଦାଦାବଟିକୁ କେନ୍ଦ୍ର କରି ବୋମାମାଡ଼ ହୋଇଥିବା ସେ ଏତଲାରେ ଦର୍ଶାଇଛନ୍ତି। ଥାନା ଅଧିକାରୀ ଅନିତା ସାହୁ କହିଛନ୍ତି, ଏ ସଂକ୍ରାନ୍ତରେ କେସ୍‌ ନଂ. ୧୩୮/୨୦ ରୁଜୁ ହୋଇଛି। ପୋଲିସ ସମ୍ପୃକ୍ତ ସ୍ଥାନର ସିସିଟିଭି ଫୁଟେଜ ଯାଞ୍ଚ କରି ତଦନ୍ତ ଜାରି ରଖିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ପ୍ରଦୀପ ବେହେରା ଓରଫ କାଳୁ (୨୭)। ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଛାନ୍‌ଭିନ୍‌ ଚାଲିଛି।
ଅଭିଯୋଗରେ ଦର୍ଶାଯାଇଛି, ଦଳେଇପୁଟରେ ହୃଦାନନ୍ଦଙ୍କର ଦୁଇମହଲା କୋଠା ରହିଛି। ତଳେ ଭଡ଼ାଟିଆ ଓ ଉପର ମହଲାରେ ତାଙ୍କ ପରିବାର ରହୁଛନ୍ତି। ମଙ୍ଗଳବାର ରାତି ପ୍ରାୟ ୧୧ଟାରେ ତାଙ୍କ ପରିବାର ଲୋକେ ଖାଇ ସାରି ଶୋଇବାକୁ ଯାଉଥିଲେ। ଏହି ସମୟରେ ସେହି ଅଞ୍ଚଳର ୩ଜଣ ଯୁବକ ହଠାତ୍‌ ବାହାର ପାଚେରି ପଟୁ ସିରିଜ୍‌ ବୋମାମାଡ଼ କରି ଫେରାର ହୋଇଯାଇଥିଲେ। ୨ଟି ବୋମା ଝରକା କବାଟରେ ବାଜିଥିବାବେଳେ ଗୋଟିଏ ଅଫୁଟା ରହିଯାଇଥିଲା। ଭଡ଼ା ରହୁଥିବା ପରିବାରର ଦୁଇଜଣ ବ୍ୟକ୍ତି ବୋମାମାଡ଼ରେ ଆହତ ହୋଇଛନ୍ତି। କିଛିଦିନ ତଳେ ସେହି ଅଞ୍ଚଳର ଜଣେ ଦୁର୍ବୃତ୍ତ ଓ ତାଙ୍କ ସହଯୋଗୀ ହୃଦାନନ୍ଦଙ୍କ ଘର ପାଖ ଏକ ପାଚେରି ଭାଙ୍ଗି ଦେଇଥିଲେ। ପରେ ୧ ଲକ୍ଷ ଟଙ୍କା ବଟି ମାଗିଥିଲେ। ହୃଦାନନ୍ଦ ବଟି ଦେବାକୁ ମନା କରିବାରୁ ସେମାନେ ପରିବାର ଲୋକଙ୍କୁ ହତ୍ୟା ଧମକ ଦେଇଥିଲେ। ମଙ୍ଗଳବାର ପୁଣି ଥରେ ଆସି ଗାଳିଗୁଲଜ କରିବା ସହ ବଟି ମାଗିଥିଲେ। ଅମଙ୍ଗ ହେବାରୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ଦେଇଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି। ଅନ୍ୟପକ୍ଷରେ ଖୋର୍ଦ୍ଧା ସଦର ଥାନା ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଏବଂ ପୋଲିସକୁ ଅପରାଧୀ ଖୋଲା ଚ୍ୟାଲେଞ୍ଜ ଦେଉଥିବା ଏହି ଘଟଣାରୁ ସ୍ପଷ୍ଟ ହେଉଛି ବୋଲି ସାଧାରଣରେ ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri