ଦଳେଇପୁଟରେ ବୋମା ମାଡ଼

ଖୋର୍ଦ୍ଧା ଅଫିସ, ୧୩।୮: ଖୋର୍ଦ୍ଧା ସଦର ଥାନା ଅଧୀନ ଦଳେଇପୁଟ ଗ୍ରାମର ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ଖବର ପାଇ ପୋଲିସ ପହଞ୍ଚି ଅଫୁଟା ବୋମା ଓ ହୃଦାନନ୍ଦଙ୍କ ଘରର କ୍ଷତିଗ୍ରସ୍ତ ଝରକାର କିଛି ଅଂଶ ଜବତ କରିଛି। ଏ ନେଇ ହୃଦାନନ୍ଦ ବୁଧବାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଦାଦାବଟିକୁ କେନ୍ଦ୍ର କରି ବୋମାମାଡ଼ ହୋଇଥିବା ସେ ଏତଲାରେ ଦର୍ଶାଇଛନ୍ତି। ଥାନା ଅଧିକାରୀ ଅନିତା ସାହୁ କହିଛନ୍ତି, ଏ ସଂକ୍ରାନ୍ତରେ କେସ୍‌ ନଂ. ୧୩୮/୨୦ ରୁଜୁ ହୋଇଛି। ପୋଲିସ ସମ୍ପୃକ୍ତ ସ୍ଥାନର ସିସିଟିଭି ଫୁଟେଜ ଯାଞ୍ଚ କରି ତଦନ୍ତ ଜାରି ରଖିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ପ୍ରଦୀପ ବେହେରା ଓରଫ କାଳୁ (୨୭)। ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଛାନ୍‌ଭିନ୍‌ ଚାଲିଛି।
ଅଭିଯୋଗରେ ଦର୍ଶାଯାଇଛି, ଦଳେଇପୁଟରେ ହୃଦାନନ୍ଦଙ୍କର ଦୁଇମହଲା କୋଠା ରହିଛି। ତଳେ ଭଡ଼ାଟିଆ ଓ ଉପର ମହଲାରେ ତାଙ୍କ ପରିବାର ରହୁଛନ୍ତି। ମଙ୍ଗଳବାର ରାତି ପ୍ରାୟ ୧୧ଟାରେ ତାଙ୍କ ପରିବାର ଲୋକେ ଖାଇ ସାରି ଶୋଇବାକୁ ଯାଉଥିଲେ। ଏହି ସମୟରେ ସେହି ଅଞ୍ଚଳର ୩ଜଣ ଯୁବକ ହଠାତ୍‌ ବାହାର ପାଚେରି ପଟୁ ସିରିଜ୍‌ ବୋମାମାଡ଼ କରି ଫେରାର ହୋଇଯାଇଥିଲେ। ୨ଟି ବୋମା ଝରକା କବାଟରେ ବାଜିଥିବାବେଳେ ଗୋଟିଏ ଅଫୁଟା ରହିଯାଇଥିଲା। ଭଡ଼ା ରହୁଥିବା ପରିବାରର ଦୁଇଜଣ ବ୍ୟକ୍ତି ବୋମାମାଡ଼ରେ ଆହତ ହୋଇଛନ୍ତି। କିଛିଦିନ ତଳେ ସେହି ଅଞ୍ଚଳର ଜଣେ ଦୁର୍ବୃତ୍ତ ଓ ତାଙ୍କ ସହଯୋଗୀ ହୃଦାନନ୍ଦଙ୍କ ଘର ପାଖ ଏକ ପାଚେରି ଭାଙ୍ଗି ଦେଇଥିଲେ। ପରେ ୧ ଲକ୍ଷ ଟଙ୍କା ବଟି ମାଗିଥିଲେ। ହୃଦାନନ୍ଦ ବଟି ଦେବାକୁ ମନା କରିବାରୁ ସେମାନେ ପରିବାର ଲୋକଙ୍କୁ ହତ୍ୟା ଧମକ ଦେଇଥିଲେ। ମଙ୍ଗଳବାର ପୁଣି ଥରେ ଆସି ଗାଳିଗୁଲଜ କରିବା ସହ ବଟି ମାଗିଥିଲେ। ଅମଙ୍ଗ ହେବାରୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ଦେଇଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି। ଅନ୍ୟପକ୍ଷରେ ଖୋର୍ଦ୍ଧା ସଦର ଥାନା ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଏବଂ ପୋଲିସକୁ ଅପରାଧୀ ଖୋଲା ଚ୍ୟାଲେଞ୍ଜ ଦେଉଥିବା ଏହି ଘଟଣାରୁ ସ୍ପଷ୍ଟ ହେଉଛି ବୋଲି ସାଧାରଣରେ ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?