ସେନା ଗାଡି ଉପରେ ବୋମା ଆକ୍ରମଣ: ୫ ସୈନିକ ଶହୀଦ୍‌

ଇସଲାମାବାଦ୍‌,୧୫।୧: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶରେ ଏକ ସେନା ଗାଡି ଉପରେ ବୋମା ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ଅତି କମରେ ପାକିସ୍ତାନୀ ସୈନିକଙ୍କର ମୃତ୍ୟୁ ହୋଇଛି। ବାଲୁଚିସ୍ତାନର କେଚ ପ୍ରଦେଶରେ ଏହି ଘଟଣା ଘଟିଛି। ଗତ କିଛି ଦଶନ୍ଧି ଧରି ଏହି ଅଞ୍ଚଳରେ ସେନା ବିରୋଧରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ରାଗ ରହିଛି।
ପାକିସ୍ତାନୀ ସେନା ଏକ ବିବୃତ୍ତିରେ କହିଛି ଯେ, ଏକ ସେନା ଗାଡିରେ ଆଇଡି ବିସ୍ଫୋରଣ ହୋଇଛି। ସେନା କହିଛି, ବୋମା ବିସ୍ଫୋରଣରେ ଆମର ୫ ଜଣ ସୈନିକଙ୍କର ମୃତ୍ୟୁ ହୋଇଛି। ଏଥିପାଇଁ ଏହି ଅଞ୍ଚଳରେ ଆତଙ୍କବାଦୀଙ୍କୁ ଖୋଜିବା ପାଇଁ ଏକ ଅଭିଯାନ ଆରମ୍ଭ କରାଯାଇଛି। ଏହି ଆକ୍ରମଣରେ ନିହତ ହୋଇଥିବା ସୈନିକଙ୍କ ବୟସ ୨୩ ରୁ ୨୫ ବର୍ଷ ମଧ୍ୟରେ ବୋଲି ସେନା କହିଛି। ବାଲୁଚିସ୍ତାନର ମୁଖ୍ୟମନ୍ତ୍ରୀ ମୀର ଅଲି ମର୍ଡାନ ଖାନ ଡୋମକି ସୈନିକଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ପାକିସ୍ତାନର କିଛି ସିନେଟର ନିର୍ବାଚନ ସ୍ଥଗିତ ରଖିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

୭.୬ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ: ସୁନାମି ଚେତାବନୀ ଜାରି

ନୂଆଦିଲ୍ଲୀ,୨୪।୩: ଓସେନିଆର ଟୋଙ୍ଗା ଅଞ୍ଚଳ ନିକଟରେ ନିଆଫୁରେ ଏକ ଶକ୍ତିଶାଳୀ ୭.୬ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ। ଆମେରିକାର ଭୂତତ୍ତ୍ୱ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri