ଔଷଧ ଦୋକାନୀଙ୍କୁ ବୋମା ମାଡ଼ ଘଟଣା: ଫେରାର ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମ ମୁଖ୍ୟରାସ୍ତା କଡରେ ଥିବା ପ୍ରହଲ୍ଲାଦ ଡାକୁଆଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ତାଙ୍କୁ ଲକ୍ଷ୍ୟକରି ତାଙ୍କ ଔଷଧ ଦୋକାନ ଉପରକୁ ରବିବାର ସାରେ ବୋମା ମାଡ଼ କରାଯାଇଥିଲା। ଏହି ଘଟଣାର ମାଷ୍ଟର ମାଇଣ୍ଡ ଦିଗପହଣ୍ଡି ଥାନା ଗୋକର୍ଣ୍ଣପୁର ଗ୍ରାମର ଶିବା ରେଡ୍ଡୀ ଏବଂ ତାଙ୍କ ସହଯୋଗୀ ଏଚ. ଚିନ୍ତାମଣି ରେଡ୍ଡୀ ଙ୍କୁ ଥାନା ମାମଲା ନଂ.୯୯/୨୫ ଅନୁଯାୟୀ ମଙ୍ଗଳବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଜଣାଇଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ଦିଗପହଣ୍ଡି ସବ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ଘଟଣା ଦିନ ଏକ ବାଇକରେ ୩ ଦୁର୍ବୃତ୍ତ ଆସି ଦୋକାନ ଉପରକୁ ଲଗାତର ୩ ଟି ବୋମା ଫିଙ୍ଗି ଦୃତଗତି ରେ ଚାଲିଯାଇଥିଲେ। ୨ ଟି ବୋମା ଫୁଟିଥିବା ବେଳେ ଗୋଟିଏ ବୋମା ଫୁଟି ନ ଥିଲା। ଏହି ବୋମା ମାଡ଼ରେ ପ୍ରହଲ୍ଲାଦ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ତାଙ୍କ ଦୋକାନର କ୍ୟାସ କାଉଣ୍ଟର ସହ କିଛି ପରିମାଣର ଔଷଧ ଜଳି ଯାଇଥିଲା।

ଦିଗପହଣ୍ଡି ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ଅଫୁଟା ବୋମା, ଅଧା ପୋଡ଼ା ସୁତୁଲି, ବୋମାରେ ବ୍ୟବହୃତ ଗନ ପାଉଡର ଲାଗିଥିବା ଗୋଡି, କାଚ ଖଣ୍ଡ, ଜଳିଯାଇଥିବା କିଛି ଔଷଧକୁ ଜବତ କରିବା ସହ ସବିଶେଷ ତଦନ୍ତ କରି ଫେରିଥିଲେ। କିଛି ଦିନ ପୂର୍ବେ ହାଇସ୍କୁଲରେ ଜଣେ ନାବାଳିକା ଛାତ୍ରୀଙ୍କ ନଗ୍ନ ଫଟୋ ଭିଡିଓ ଉତ୍ତୋଳନ କରି ପରେ ତାକୁ ଭାଇରାଲ କରାଯାଇଥିବା ଘଟଣାରେ ଗତ ଫେବୃଆରୀ ୩ ତାରିଖରେ କିଛି ଗ୍ରାମବାସୀଙ୍କ ସହ ପ୍ରହଲ୍ଲାଦ ଥାନାରେ ପହଞ୍ଚି ପୋଲିସକୁ ସୂଚନା ଦେଇଥିଲେ।
ଏତଲାକୁ ଭିତ୍ତିକରି ଆଇଆଇସି ଥାନା ମାମଲା ନଂ.୫୨/୨୫ ଅନୁଯାୟ ମକଦ୍ଦମା ରୁଜୁ କରି ମୁଖ୍ୟ ଅଭିଯୁକ୍ତ ଶିବା ରେଡ୍ଡୀଙ୍କୁ ଗିରଫ ପାଇଁ ତାଙ୍କ ଘରେ ଚଢ଼ାଉ କରିଥିଲେ। ଚଢାଉ ପୂର୍ବରୁ ସୂଚନା ପାଇ ଶିବା ଫେରାର ହୋଇଯାଇଥିଲେ। ଘଟଣାରେ ସମ୍ପୃକ୍ତ ଅନ୍ୟତମ ଅଭିଯୁକ୍ତ ପଦ୍ମନ ନାଇକ ଏବଂ ଜି.ଜଗନ୍ନାଥ ଦୋରା ୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଔଷଧ ଦୋକାନୀ ପ୍ରହଲ୍ଲାଦଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ଅଭିଯୁକ୍ତ ଶିବା ତାଙ୍କ ଅନ୍ୟ ୨ ସହଯୋଗୀଙ୍କୁ ନେଇ ଘଟଣା ଦିନ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?