ରେଞ୍ଜ କାର୍ଯ୍ୟାଳୟକୁ ବୋମାମାଡ଼, ଭାଙ୍ଗିଲା ଗୋଦାମ ଗୃହ

ଭଞ୍ଜନଗର,୧୬ା୬(ବାବୁଲା ପ୍ରଧାନ): ଢେଙ୍କାନାଳ ବନଖଣ୍ଡର ବନରକ୍ଷୀ ପ୍ରହଲ୍ଲାଦ ପ୍ରଧାନଙ୍କୁ ଗୁଳିକରି ହତ୍ୟା ଘଟଣାର ଆତଙ୍କ ଥମି ନ ଥିବା ବେଳେ ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅଧିନସ୍ଥ ଜଗନ୍ନାଥପ୍ରସାଦ ରେଞ୍ଜ କାର୍ଯ୍ୟାଳୟ ଉପରକୁ ବୋମାମାଡ଼ ହୋଇଛି। ଏଥିରେ ରେଞ୍ଜ କାର୍ଯ୍ୟାଳୟରେ ଶୋଇଥିବା ଗୋଟିଏ କୁକୁରର ମୃତ୍ୟୁ ଘଟିଛି। ଏଥିସହ ଗୋଦାମ ଗୃହର କବାଟ ଭାଙ୍ଗିଯାଇଛି। ଏଥିସହ କେତେକ ସାଇକେଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ନିକଟରେ ଶୋଇଥିବା କର୍ମଚାରୀମାନେ ସୁରକ୍ଷିତ ଥିବା ଜଣାପଡ଼ିଛି। ଏହି ଘଟଣାକୁ ନେଇ ବିଭାଗୀୟ କର୍ମଚାରୀମାନେ ଆତଙ୍କିତ ହୋଇପଡ଼ିବା ସହ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। କିଏ କେଉଁ କାରଣରୁ ବୋମାମାଡ଼ କଲା ତାହାର ସଠିକ କାରଣ ଜଣାପଡ଼ିନାହିଁ। ରେଞ୍ଜ ପକ୍ଷରୁ ଏନେଇ ଜଗନ୍ନାଥପ୍ରସାଦ ଥାନାରେ ଘଟଣା ସମ୍ପର୍କରେ ଅଭିଯୋଗ ପାଇଁ ଏତଲା ଲେଖା ଚାଲିଛି। ବିଭାଗୀୟ କର୍ମଚାରୀଙ୍କ ସହ ସେଭଳି କୌଣସି କାହା ସହ ଶତ୍ରୁତା ନଥିବା ବେଳେ ଏଭଳି କାହିଁକି ଘଟିଲା ତାହା ଜଣାପଡ଼ିନାହିଁ।
ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ଅଫିସ କାର୍ଯ୍ୟରେ ବ୍ରହ୍ମପୁର ଯାଇଥିବା ବେଳେ ଏସିଏଫ୍‌ ରଶ୍ମି ରଞ୍ଜନ ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛନ୍ତି। ଏନେଇ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତିଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଘଟଣାର ତଦନ୍ତ ଚାଲିଛି। ଏଥିସହ ଥାନାରେ ମଧ୍ୟ ଏତଲା ଦିଆଯାଉଛି। ଏନେଇ ଓଡ଼ିଶା ଅଣ ଗେଜେଟେଡ୍‌ ବନସେବା ସଂଘ ବ୍ରହ୍ମପୁର ଜୋନ୍‌ ସଭାପତି ଅନୁପ କୁମାର ବିଷୋୟୀଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଦୋଷୀମାନଙ୍କୁ ତୁରନ୍ତ ଚିହ୍ନଟ କରି ଗିରଫ
କରାଯାଉ।

ଅପରପକ୍ଷେ ଜଗନ୍ନାଥପ୍ରସାଦ ରେଞ୍ଜ କର୍ମଚାରୀ ଏବଂ ବନସୁରକ୍ଷା ସମିତି କର୍ମକର୍ତ୍ତାଙ୍କ ମଧ୍ୟରେ ଦିନକୁ ଦିନ ଦୂରତ୍ୱ ବଢୁଛି। ଇତିମଧ୍ୟରେ କିଛି ଗୁରୁତ୍ୱପୂର୍ଣ୍ଣ ବନ ସୁରକ୍ଷା ସମିତିର କର୍ମକର୍ତ୍ତାମାନେ ତିନିଦିନ ପୂର୍ବେ ଏକାଠି ହୋଇ ବିଭାଗୀୟ କର୍ମଚାରୀଙ୍କ ମନମୁଖୀ ଶାସନ ବିରୋଧରେ ଆଲୋଚନା କରିଥିଲେ। ଗୋଟିଏ ପଟେ ବନ ସୁରକ୍ଷା ସମିତି କର୍ମକର୍ତ୍ତା ବିଭାଗ ଠାରୁ ଦୂରେଇ ଯାଉଥିବା ବେଳେ ଅନ୍ୟପଟେ ଗତକାଲିଠାରୁ ଓଡ଼ିଶା ଅଣ ଗେଜେଟେଡ୍‌ ବନ କର୍ମଚାରୀ ସଂଘ ୩ ଦଫା ଦାବି ନେଇ ନୂଆ ମୋକଦ୍ଦମା କାଟିବୁ ନାହିଁ ବୋଲି ନିଷ୍ପତ୍ତି। ଫଳରେ ଜଙ୍ଗଲ ସୁରକ୍ଷା ନେଇ ବର୍ତ୍ତମାନ ବଡ଼ ସମସ୍ୟା ଦେଖା ଦେଇଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri