ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି।

ଭାଲାଇସ କାଣ୍ଟନ ପୋଲିସ ଅନୁଯାୟୀ, ନୂତନ ବର୍ଷ ପାଳନ ସମୟରେ କ୍ରାନ୍ସ-ମୋଣ୍ଟାନାରେ ‘ଲେ କନଷ୍ଟେଲେସନ’ ନାମକ ବାରରେ ଗୋଟିଏ କିମ୍ବା ଅଧିକ ବିସ୍ଫୋରଣ ଘଟିଥିଲା ଏବଂ ତା’ପରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିଲା। ପ୍ରାୟ ୧.୩୦ ସମୟରେ ଅଗ୍ନିକାଣ୍ଡ ଘଟିଥିଲା। ସେହି ସମୟରେ ବାରରେ ବହୁ ସଂଖ୍ୟକ ଲୋକ ଉପସ୍ଥିତ ଥିଲେ।

ପୋଲିସ ମୁଖପାତ୍ର ଗାଏଟାନ ଲାଥିଓନ ଏଏଫ୍ପିକୁ କହିଛନ୍ତି, ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଘଟଣାରେ ଅନେକ ଲୋକ ଆହତ ହୋଇଛନ୍ତି ଏବଂ ଅନେକଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ଦୁର୍ଘଟଣା ବିଷୟରେ ସୂଚନା ପାଇବା ପରେ ଘଟଣାସ୍ଥଳରେ ବହୁ ସଂଖ୍ୟକ ଉଦ୍ଧାର ଏବଂ ଉଦ୍ଧାରକାରୀ ଦଳ ପହଞ୍ଚିଥିଲେ। ଅନେକ ଆମ୍ବୁଲାନ୍ସ ନିୟୋଜିତ କରାଯାଇଥିଲା। ଆହତମାନଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରିବା ପାଇଁ ଏୟାର-ଗ୍ଲେସିୟର୍ସ ହେଲିକପ୍ଟର ମଧ୍ୟ ବ୍ୟବହାର କରାଯାଇଥିଲା। ଅଗ୍ନି ନିୟନ୍ତ୍ରଣ ପାଇଁ ଅଗ୍ନିଶମ କର୍ମଚାରୀମାନେ ଅକ୍ଲାନ୍ତ ପରିଶ୍ରମ କରିଥିଲେ।

 

Dharitri – Odisha’s No.1 Odia Daily

 

Share