ଦୁଇ ଗୋଷ୍ଠୀ ମଧ୍ୟରେ ବୋମା ମାଡ଼: ଆନ୍ଧ୍ରପ୍ରଦେଶରୁ ଗିରଫ ହେଲେ ଅଭିଯୁକ୍ତ

ଗୋପାଳପୁର,୨୭ା୧(ଡି.ଏନ.ଏ.) ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ପିତାତଳି ଗ୍ରାମରେ ଗତ ରବିବାର ଦୁଇ ଗୋଷ୍ଠୀ ମଧ୍ୟରେ ବୋମା ଓ ପଥର ମାଡ଼ ହୋଇଥିଲା। ଏହି ମାମଲାରେ ଶୁକ୍ରବାର ଗୋଳନ୍ଥରା ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପିତାତଳି ଗ୍ରାମର ପି.ଜାନକୀ ରାଓ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତମାନେ ଚମ୍ପଟ ମାରିଛନ୍ତି।

ଆନ୍ଧ୍ରପ୍ରଦେଶ ଇଚ୍ଛାପୁର ଅଞ୍ଚଳରୁ ପୋଲିସ ଜାନକୀଙ୍କୁ ଧରିବାରେ ସଫଳ ହୋଇଥିଲା। ଏନେଇ ପୋଲିସ ଏକ ମାମଳା(ନଂ. ୩୭/୨୩) ରୁଜୁ କରିଛି। ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଥାନା ଅଧିକାରୀ ବିବେକାନନ୍ଦ ମହନ୍ତଙ୍କ ନେତୃତ୍ୱରେ ଏକ ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି। ଉଭୟ ଗୋଷ୍ଠୀର ମୁଖ୍ୟ ରାଙ୍ଗା ରାଓ ଓ ନରସିଂହ ମୂର୍ତ୍ତି ଗିରଫ ହୋଇ ନ ଥିବା ବେଳେ ସେମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ଥାନା ଅଧିକାରୀ କହିଛନ୍ତି।

ସୂଚନାଥାଉକି, ପିତାତଳି ଗ୍ରାମରେ ରାଙ୍ଗାରାଓ ଓ ନରସିଂହ ମୂର୍ତ୍ତି ଗୋଷ୍ଠୀ ମଧ୍ୟରେ ରାଜନୈତିକ ଓ ପୂର୍ବ ଶତ୍ରୁତାରୁ ବିବାଦ ଲାଗି ରହିଥିଲା। ଗତ ରବିବାର ୨ ଗୋଷ୍ଠୀ ମଧ୍ୟରେ ବୋମା ଓ ପଥର ମାଡ଼ରେ ୩ ଆହତ ହୋଇଥିବା ବେଳେ ଉଭୟ ଗୋଷ୍ଠୀ ପକ୍ଷରୁ ଗୋଳନ୍ଥରା ଥାନାରେ ୪ଟି ମାମଲା ରୁଜୁ ହୋଇଛି। ପୂର୍ବ ଦୁଇଟି ମାମଲାରେ ପୋଲିସ ୭ ଜଣଙ୍କୁ କୋର୍ଟ ଚାଲାଣ କରିଛି। ଗ୍ରାମରେ ଏକ ପ୍ଲାଟୁନ ଫୋର୍ସ ମୂତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri