ଘରେ ଶୋଇଥିବା ବେଳେ ଦୁର୍ବୃତ୍ତଙ୍କ ବୋମାମାଡ଼, ଘର କାନ୍ଥ ଭୁଶୁଡ଼ି…

ଛତ୍ରପୁର,୨୭।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଚିକଲଖଣ୍ଡି ଗ୍ରାମରେ ଅଭାବନୀୟ ଘଟଣା । ସୋମବାର ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ ଘର ଉପରକୁ ବୋମାମାଡ଼ ହୋଇଥିଲା । ଖବର ଅନୁସାରେ, ଚିକଲଖଣ୍ଡି ଗ୍ରାମର ଜି. କାମରାଜୁ ରେଡିଙ୍କ ଘର ଉପରକୁ ଦୁର୍ବୃତ୍ତ ବୋମାମାଡ଼ କରିଥିଲେ ।

ଘରେ ଜି. କାମରାଜୁ ତାଙ୍କ ପରିବାର ସହ ଶୋଇଥିବା ବେଳେ କେହି ଦୁର୍ବୁତ୍ତ ଏଭଳି କାଣ୍ଡ ଘଟାଇଛନ୍ତି । ଘରର ପଛ ପଟୁ ବୋମାମାଡ଼ କରାଯାଇଥିବା ବେଳେ କାନ୍ଥ ଭାଙ୍ଗି ଯାଇଛି । ତେବେ ବୋମାମାଡ଼ର କାରଣ ଅସ୍ପଷ୍ଠ ରହିଛି । ଘଟଣାର ଖବର ପାଇ ଛତ୍ରପୁର ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛନ୍ତି । ଘରର ବହୁ ସାମଗ୍ରୀ ନଷ୍ଟ ହୋଇଥିବା ବେଳେ ତିନି ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଅନ୍ୟପଟେ ଏହି ବୋମାମାଡ଼ରେ ଅଧିକ ଶକ୍ତଶାଳୀ ସାମଗ୍ରୀ ବ୍ୟବହାର କରାଯାଇଥିବା ଅନୁମାନ କରାଯାଉଛି । ମଙ୍ଗଳବାର ସକାଳୁ ବରିଷ୍ଠ ପୋଲିସ ଅଧିକାରୀମାନେ ଆସି ଘଟଣା ର ଅଧିକ ତଦନ୍ତ କରୁଛନ୍ତି । ତେବେ କିଏ ଏବଂ କାହିଁକି ବୋମାମାଡ଼ କଲା ତାହାର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ

ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri