କରାଚି ବସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ସିନ୍ଧ ଓ ବଲୁଚିସ୍ତାନ ବିଚ୍ଛିନ୍ନତାବାଦୀ ଗୋଷ୍ଠୀ

କରାଚି,୧୩ ।୫: ପାକିସ୍ତାନର କରାଚିରେ ଗୁରୁବାର ବିଳମ୍ବିତ ରାତିରେ ହୋଇଥିବା ବୋମା ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଛି ସିନ୍ଧ ଓ ବଲୁଚିସ୍ତାନ ବିଚ୍ଛିନ୍ନତାବାଦୀ ଗୋଷ୍ଠୀ । କରାଚି ସଦର ଅଞ୍ଚଳରେ ଭିଡ ଥିବା ସମୟରେ ଏହି ବିସ୍ଫୋରଣ ହେବାରୁ ଲୋକେ ଭୟଭୀତ ହୋଇ ଏଣେତେଣେ ଦୌଡିବାକୁ ଆରମ୍ଭ କରିଥିଲେ । ପ୍ରାଥମିକ ସୂଚନା ଅନୁଯାୟୀ, ଏହି ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା କୁହାଯାଇଛି । ଏହି ବିସ୍ଫୋରଣର ମାତ୍ରା ଏତେ ଅଧିକ ଥିଲା ଯେ ଏହାର ଶବ୍ଦ ବହୁଦୂର ପର୍ଯ୍ୟନ୍ତ ଶୁଭିଥିଲା । ଏହାସହ ପାଖରେ ଥିବା କିଛି ଗାଡି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଥିଲା । ଏହି ବୋମା ଡଷ୍ଟବିନ ପାଖରେ ଥିବା ଏକ ସାଇକେଲରେ ରଖାଯାଇଥିବା କୁହାଯାଉଛି । ଏକ ଟାଇମର ଯୋଗେ ବିସ୍ଫୋରଣ କରାଯାଇଛି । କରାଚି ପୋଲିସ ଏହାକୁ ଆତଙ୍କବାଦୀ ଆକ୍ରମଣ କହୁଥିବା ବେଳେ ଏବେ ଏହି ବିସ୍ଫୋରଣ ପାଇଁ ସିନ୍ଧ ଓ ବଲୁଚିସ୍ତାନ ବିଚ୍ଛିନ୍ନତାବାଦୀ ଗୋଷ୍ଠୀ ନିଜକୁ ଦାୟୀ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?