ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା ବୋମାମାଡ ଘଟଣାରେ ଶୁକ୍ରବାର କେ. ନୂଆଗାଁ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଜରଡ଼ା ଥାନା ଅନ୍ତର୍ଗତ ଖରଣିପଡ଼ା ଗ୍ରାମର ଶୁଭମ ପାଣିଗ୍ରାହୀ, କେ ନୂଆଗାଁ ଥାନା ଚିକିଟିପେଣ୍ଠର କାହ୍ନୁ ଚରଣ ସାହୁ, ଆମୁଣ୍ଡି ଗ୍ରାମର ସାର୍ଥକ ପାତ୍ର, ଶତ୍ରୁମର୍ଦ୍ଦନପୁର ଗ୍ରାମର ନୀଳମଣି ପାତ୍ର(୨୮) ଏବଂ ଗୋଳନ୍ଥରା ଥାନା ଅନ୍ତର୍ଗତ ମେଦିନୀପୁର ଗ୍ରାମର ଗୌତମ ପ୍ରଧାନ (୨୩) l ଏହି ୫ ଅଭିଯୁକ୍ତଙ୍କୁ ପାତ୍ରପୁର କୋର୍ଟ ଚାଲାଣ କରାଯାଇଥିଲା l ଜାମିନ ନାମଞ୍ଜୁର ହେବାରୁ ଜେଲ ହାଜତକୁ ପଠାଯାଇଥିବା ଥାନା ଅଧିକାରୀ ବିଶ୍ୱଜିତ ନାୟକ କହିଛନ୍ତି l
ମାମଲାରୁ ପ୍ରକାଶ, ମଙ୍ଗଳବାର ଚିକିଟିପେଣ୍ଠ ମୁଖ୍ୟ ବଜାରର ଏକ ଡ୍ରେସ୍‌ ଦୋକାନ ଏବଂ ଘର ନିକଟକୁ ୨ ଜଣ ଯୁବକ ଅଚାନକ ଆସି ପେଟ୍ରୋଲ ବୋମା ପକାଇ ଦ୍ରୁତ ଗତିରେ ଚାଲିଯାଇଥିଲେ। ଅଞ୍ଚଳରେ ସେମାନେ ଭୟର ବାତାବରଣ ଖେଳାଇ ଦେଇଥିଲେ। ଖବର ପାଇ ଥାନା ଅଧିକାରୀ ନାୟକ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରି ଫେରିଥିଲେ l ଏନେଇ ୧ ତାରିଖରେ ଉମାକାନ୍ତ ସାହୁ କେ. ନୂଆଗାଁ ଥାନାରେ ଲିଖିତ ଅଭିଯୋଗ କରିଥିଲେ l ଏହାକୁ ଭିତ୍ତିକରି ନଂ. ୮୮/୨୦୨୬ରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା l ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପୋଲିସ ଏକ ସ୍ବତନ୍ତ୍ର ଟିମ ଗଠନ କରିଥିଲା l ଅଭିଯୁକ୍ତମାନେ ଭୁବନେଶ୍ୱର ବାପୁଜୀ ନଗରସ୍ଥିତ ଏକ ହୋଟେଲରେ ରହୁଥିବା ସୂଚନା ପାଇ ସ୍ଥାନୀୟ ପୋଲିସ ସହାୟତାରେ ଉପରୋକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କଠାରୁ ଗୋଟିଏ ହିରୋହଣ୍ଡା ବାଇକ୍‌, ଗୋଟେ କାର ଏବଂ ବିସ୍ଫୋରଣ ହେଉଥିବା ପେଟ୍ରୋଲ ବୋମାର କିଛି ଅଂଶ ପୋଲିସ ଜବତ କରିଛି l ଉମାକାନ୍ତ ସାହୁଙ୍କ ପୁଅ ସୀମାଞ୍ଚଳ ସାହୁଙ୍କ ନିକଟରୁ ଅଭିଯୁକ୍ତମାନେ ୫ ଲକ୍ଷ ଟଙ୍କା ଦାବି କରିଥିଲେ l ସୀମାଞ୍ଚଳ ଟଙ୍କା ଦେବାକୁ ମନା କରିବାରୁ ସେମାନେ ଯୋଜନାବଦ୍ଧ ଭାବେ ଏଭଳି ଘଟଣା ଘଟାଇଥିବା ପୋଲିସ ପଚରାଉଚରା ବେଳେ ସ୍ବୀକାର କରିଛନ୍ତି। ସୂଚନାଯୋଗ୍ୟ ୨ ଜଣ ବାଇକ୍‌ରେ ଆସି ଘଟଣା ଘଟାଇଥିଲେ ମଧ୍ୟ ଅନ୍ୟ ୩ ଜଣଙ୍କର ଏଥିରେ ସମ୍ପୃକ୍ତି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri