Posted inଜାତୀୟ

ମାଲଦାରେ ବୋମା ବିସ୍ଫୋରଣ…

କୋଲକାତା,୧୭।୭ : ପଶ୍ଚିମବଙ୍ଗ ମାଲଦାରେ ବୋମା ବିସ୍ଫୋରଣ ଘଟିଛି। ସ୍ଥାନୀୟ ଗୋପାଳପୁରର ମାଣିକଚୌକରେ ରବିବାର ଏହା ଘଟିଛି। ବିସ୍ଫୋରଣରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।

ବର୍ତ୍ତମାନ ସୁଦ୍ଧା କାହାକୁ ଗିରଫ କରାଯାଇ ନଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ବିସ୍ଫୋରଣ ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷାର୍କମୀଙ୍କୁ ମୁତୟନ କରାଯାଇଛି।

ଦେଶୀ ବୋମା ତିଆରି କରୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ନାମ ଫରଜାନ ଏସ.କେ ଏବଂ ସଫିକୁଲ ଇସଲାମ ବୋଲି ଜଣାପଡିଛି।

ପୋଲିସ ଅଧିକାରୀ କହିଛନ୍ତି ଯେ ଏହି ଘଟଣା ରାତି ପ୍ରାୟ ୨ଟା ୩୦ ସମୟରେ ମାଣିକଚୌକ ପୋଲିସ ଷ୍ଟେଶନ ଅଞ୍ଚଳରେ ଘଟିଛି। ବିସ୍ଫୋରଣ ସମ୍ପର୍କରେ ସ୍ଥାନୀୟ ଲୋକ ସୂଚନା ଦେଇଥିଲେ। ପରେ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲେ। ତିନିଜଣ ଆହତଙ୍କୁ ଡାକ୍ତରଖାନା ନିଆଯାଇଥିଲା ଯେଉଁଠାରେ ଦୁଇଜଣଙ୍କୁ ମୃତ ଘୋଷଣା କରାଯାଇଛି ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

ଘଟଣାସ୍ଥଳରୁ ଦେଶୀ ବୋମା ତିଆରି ପାଇଁ କଞ୍ଚାମାଲ ଜବତ କରାଯାଇଛି। ପୋଲିସ ବର୍ତ୍ତମାନ ଅନୁସନ୍ଧାନ କରୁଛି ଯେ ଏତେ ପରିମାଣର ବିସ୍ଫୋରକ ସାମଗ୍ରୀ ଏଠାରେ କିପରି ପହଞ୍ଚିଲା ଏବଂ ଏହି ଲୋକଙ୍କ ଉଦ୍ଦେଶ୍ୟ କ’ଣ ଥିଲା? ପୋଲିସ ଅଧୀକ୍ଷକ ପ୍ରଦୀପ କୁମାର ଯାଦବ କହିଛନ୍ତି ଯେ ପରିସ୍ଥିତି ନିୟନ୍ତ୍ରଣରେ ଅଛି। ଏହି ଅଞ୍ଚଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଟି-୨୦ ବିଶ୍ୱକପ ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ! ପ୍ରଥମ ମ୍ୟାଚ ପରେ ୱେଷ୍ଟଇଣ୍ଡିଜ ନମ୍ବର ୧, ଭାରତର ସ୍ଥାନ କେଉଁଠି ଜାଣନ୍ତୁ

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପ ଆରମ୍ଭ ଆଶାଠାରୁ ଅଧିକ ରୋମାଞ୍ଚକର ହୋଇଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦୁଇ ଦିନ କୌଣସି ବଡ଼ ବିପର୍ଯ୍ୟୟ ସୃଷ୍ଟି କରିନଥିଲେ ମଧ୍ୟ, ସହଯୋଗୀ…

ଟି-୨୦ ବିଶ୍ୱକପ ଇତିହାସର ସବୁଠାରୁ ଲଜ୍ଜାଜନକ ସ୍କୋର, ଜାଣନ୍ତୁ କେତେ ଥିଲା ସ୍କୋର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପର ଇତିହାସ ରୋମାଞ୍ଚକର ପ୍ରତିଯୋଗିତା, ହାଇ ସ୍କୋର ଏବଂ ଶେଷ ଓଭର ପର୍ଯ୍ୟନ୍ତ ଲମ୍ବିଥିବା ମ୍ୟାଚ ପାଇଁ ଜଣାଶୁଣା। ତଥାପି, ଏହି…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲା ତୁରେକେଲା ଥାନା ପଣ୍ଡରେନ ଗାଁ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଅଜା ନାତିଙ୍କ ସହ ଆଉ ୨ ଜଣଙ୍କ ମୃତ୍ୟୁ…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି।…

ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଏବେବି ରହିଛି ସସପେନ୍ସ, BCCI ଦେଲା ବଡ଼ ବୟାନ

ନୂଆଦିଲ୍ଲୀ,୯।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ T20 World Cup 2026 ମ୍ୟାଚ ନିରନ୍ତର ଖବରର ଶିରୋନାମାରେ ରହିଛି। ଫେବୃଆରୀ ୧୫ରେ କଲମ୍ବୋରେ ହେବାକୁ ଥିବା ଏହି…

ଅଜୀର୍ଣ୍ଣ ସମସ୍ୟା ଅଛି କି? ଆପଣାନ୍ତୁ ଏହି ଉପାୟ…

ସାଧାରଣତଃ ଯଦି ଖାଦ୍ୟ ଠିକ୍‌ ଭାବରେ ହଜମ ନ ହେଲା ତେବେ ଅଜୀର୍ଣ୍ଣ ସମସ୍ୟା ଦେଖାଯାଇଥାଏ। ଏହାପଛରେ ମଧ୍ୟ ଆଉ କେତୋଟି କାରଣ ରହିଛି। ଆବଶ୍ୟକତା ଠାରୁ…

ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ…

ବାଣିଜ୍ୟ, ପ୍ରତିରକ୍ଷାରେ ସହଯୋଗ ବଢ଼ାଇବେ ଭାରତ, ମାଲେସିଆ

କୁଆଲାଲୁମ୍ପୁର,୯ା୨(ପି.ଟି.): ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା, ଶକ୍ତି, ଆଧୁନିକ ଉତ୍ପାଦନ ଏବଂ ସେମିକଣ୍ଡକ୍ଟର ଆଦି ସର୍ବାଧିକ ପ୍ରାଥମିକତା ଥିବା ସେକ୍ଟରରେ ଭାରତ ଓ ମାଲେସିଆ ସମ୍ପର୍କ ବଢ଼ାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri