ପେଶାୱର ମସ୍‌ଜିଦରେ ଆତ୍ମଘାତୀ ଆକ୍ରମଣ: ବିସ୍ଫୋରଣରେ ୪୬ମୃତ

ଇସ୍‌ଲାମାବାଦ,୪।୩: ପାକିସ୍ତାନର ଏକ ମସ୍‌ଜିଦ ଉପରେ ଆତ୍ମଘାତୀ ଆକ୍ରମଣ ହୋଇଛି। ଏହି ବିସ୍ଫୋରଣରେ ୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଶୁକ୍ରବାର ପେଶୱାର ମସ୍‌ଜିଦରେ ପ୍ରାର୍ଥନା ସମୟରେ ଏହି ବିସ୍ଫୋରଣ ଘଟିଥିବା ସୂଚନା ରହିିଛି। ସୂଚନାଯୋଗ୍ୟ, କୋଚା ରିସାଲଦର ଅଞ୍ଚଳର କିସା ଖ୍ବାନି ବଜାର ସ୍ଥିତ ଏକ ମସ୍‌ଜିଦରେ ଶୁକ୍ରବାର ପ୍ରାର୍ଥନା ଚାଲିଥିବା ବେଳେ ହଠାତ୍‌ ଏକ ବିସ୍ଫୋରଣ ଘଟିଥିଲା। ଏଥିରେ ୪୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଉର୍ଦ୍ଧ୍ୱ ଆହତ ହୋଇଥିଲେ। ଖବର ପାଇବା ପରେ ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ସେଠାରେ ପହଞ୍ଚି ଆହତଙ୍କୁ ଲେଡି ରିଡିଂ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଉଦ୍ଧାରକାରୀ ଦଳ ଆଖପାଖ ଲୋକମାନେ ମଧ୍ୟ ଆହତମାନଙ୍କୁ ସାହାଯ୍ୟ କରିଥିଲେ। ତେବେ ୫୦ ଆହତଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ବର୍ତ୍ତମାନ ପୋଲିସ ଓ ସୁରକ୍ଷାବାହିନୀ ଆଖପାଖ ଅଞ୍ଚଳକୁ ଖାଲି କରି ତଦନ୍ତ ଜାରି ରଖିଛି। ଅନ୍ୟପଟେ ପ୍ରାଥମିକ ତଦନ୍ତରୁ ୨ଜଣ ଆକ୍ରମଣକାରୀ ସମ୍ପୃକ୍ତ ଥିବା ନେଇ ପେଶାଓ୍ବର ପୋଲିସ ସୂଚନା ଦେଇଛି। ପ୍ରଥମେ ଉଭୟ ମସ୍‌ଜିଦ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ। ତା’ପରେ ତାଙ୍କୁ ଅଟକାଇବା ପରେ ପୋଲିସ ଗୁଳି ଚଳାଇଥିଲା। ବିସ୍ଫୋରଣ ପୂର୍ବରୁ ଘଟିଥିବା ଗୁଳି ବିନିମୟରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନେ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପ୍ରତିକ୍ରିୟା ଦେଇଛନ୍ତି। ଏହି ଆକ୍ରମଣକୁ ଇମ୍ରାନ ନିନ୍ଦା କରିଛନ୍ତି। ସେହିପରି ପେଶାୱର ମୁଖ୍ୟମନ୍ତ୍ରୀ ମେହମୁଦ ଖାନ ମଧ୍ୟ ଏହି ଆକ୍ରମଣକୁ ନିନ୍ଦା କରିବା ସହ ପେଶାୱରର ଆଇଜିପିଙ୍କୁ ଏନେଇ ବିସ୍ତୃତ ରିପୋର୍ଟ ମାଗିଛନ୍ତି। ସୂଚନା ମୁତାବକ, ଏହି ଆକ୍ରମଣ ପାଇଁ ଏପର୍ଯ୍ୟନ୍ତ କୌଣସି ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri