Posted inଜାତୀୟ

ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ମାର୍ଚ୍ଚ ୧୨ରେ ହେବ ବୋମା ବିସ୍ଫୋରଣ: ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁଙ୍କ ଧମକ…

ନୂଆଦିଲ୍ଲୀ,୧।୧ : ଆମେରିକାରେ ବସିଥିବା ବିଚ୍ଛିନ୍ନତାବାଦୀ ତଥା ଶିଖ ଫର ଜଷ୍ଟିସ ପ୍ରତିଷ୍ଠାତା ଗୁରୁପତଓ୍ବନ୍ତ ସିଂ ପନ୍ନୁ ପୁଣି ଥରେ ଭାରତକୁ ଧମକ ଦେଇଛନ୍ତି। ପୃଥକ ଖାଲିସ୍ତାନ ଉପରେ ହୋଇଥିବା ଜନମତ ସଂଗ୍ରହରେ ବିଫଳ ହେବା ପରେ ସେ ବମ୍ବେ ଷ୍ଟକ ଏକ୍ସଚେଞ୍ଜକୁ ଟାର୍ଗେଟ କରି ଭାରତର ଅର୍ଥନୈତିକ ବିନାଶ ପାଇଁ ଏକ ଉତ୍ତେଜନାମୂଳକ ଆହ୍ବାନ ଦେଇଛନ୍ତି। ଏଥିପାଇଁ ସେ ମୁମ୍ବାଇରେ ସିରିଏଲ ବିସ୍ଫୋରଣର ବାର୍ଷିକୀ ଅର୍ଥାତ ମାର୍ଚ୍ଚ ୧୨ କୁ ବାଛିଛନ୍ତି। ଏହି ଦିନ ବିଏସଇ ବିଲ୍ଡିଂ ସମେତ ଅନେକ ସ୍ଥାନକୁ ଟାର୍ଗେଟ କରାଯିବ ବୋଲି ସେ ଧମକ ଦେଇଛନ୍ତି।

୧୨ ମାର୍ଚ୍ଚ ୧୯୯୩ ରେ ହୋଇଥିବା ସିରିଏଲ ବିସ୍ଫୋରଣରେ ବିଏସଏଫ ବିଲ୍ଡିଂ କ୍ଷତିଗ୍ରସ୍ତ ହୋଇଥିଲା। ପନ୍ନୁନ ଏଥର କହିଛନ୍ତି, ’ମାର୍ଚ୍ଚ ୧୨ରେ ଏନଏସଇ/ବିଏସଇକୁ ଟାର୍ଗେଟ କରିବାକୁ ଏସଜେଏଫ ଧମକ ଦେଇଛି। ଯାହାଦ୍ୱାରା ଭାରତର ଅର୍ଥନୈତିକ ବ୍ୟବସ୍ଥାକୁ ନଷ୍ଟ କରି ହେବ।

ପନ୍ନୁଙ୍କ ଧମକ ସମ୍ପର୍କରେ ଭାରତୀୟ ଗୁପ୍ତଚର ଏଜେନ୍ସି କହିଛି, ଜନମତ ସଂଗ୍ରହ କରିବାରେ ବିଫଳ ହେବା ପରେ ସେ ଏହି ନୂତନ ଅଭିଯାନ ମାଧ୍ୟମରେ ଟଙ୍କା ରୋଜଗାର କରିବାକୁ ଚାହୁଁଛନ୍ତି। ସେ ବିଦେଶୀ ଏଜେନ୍ସି ପାଇଁ କାର୍ଯ୍ୟ କରୁଥିବା ଜଣେ ବିଦେଶୀ ଏଜେଣ୍ଟ ଯିଏ ତାଙ୍କୁ ଅଭିବ୍ୟକ୍ତିର ସ୍ବାଧୀନତା ନାମରେ ସୁରକ୍ଷା ଦେଉଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧମକ ଦେଇଛନ୍ତି ଏବଂ ବର୍ତ୍ତମାନ ଭାରତର ଆର୍ଥିକ ସ୍ଥିରତାକୁ ଟାର୍ଗେଟ କରିବାକୁ ଚାହୁଁଛନ୍ତି। ପନ୍ନୁ ଜଣେ ବିଶ୍ୱସ୍ତରୀୟ ଆତଙ୍କବାଦୀ। ତାଙ୍କ ବିରୋଧରେ ମାମଲା ରୁଜୁ କରାଯିବା ଜରୁରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?