ଖେଳିବାକୁ ଯାଇଥିବା ବେଳେ ଫୁଟିଲା ବୋମା:୩ ନାବାଳିକା ଗୁରୁତର

ଭଦ୍ରକ ଅଫିସ/ବନ୍ତ,୨୮।୩(ଡି.ଏନ.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଟିଲୋ ତ୍ରିକୋଣା ଛକସ୍ଥିତ ଇଟା ଫ୍ୟାକ୍ଟ୍ରି ନିକଟରେ ଥିବା ଏକ ପରିତ୍ୟକ୍ତ ସ୍ଥାନରେ ସୋମବାର ଅପରାହ୍ନରେ ବୋମା ଫୁଟି ୩ ନାବାଳିକା ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତର ୩ ନାବାଳିକାଙ୍କ ମଧ୍ୟରେ ଦୁଇଭଉଣୀ ଅଛନ୍ତି। ସେମାନେ ହେଲେ ଦେବତାଗଢ଼ିଆ ଗ୍ରାମର ଦୁଇ ଭଉଣୀ ଦୁର୍ଗା ହାଁସଦା(୧୨), ବାସନ୍ତୀ ହାଁସଦା(୮) ଓ ସବିତା ମୁର୍ମୁ(୯)। ନିର୍ବାଚନ ସମୟରେ ହିଂସାକାଣ୍ଡ ଭିଆଇବା ଉଦ୍ଦେଶ୍ୟରେ କେହି ଏହି ବୋମା ବ୍ୟାଗ୍‌ରେ ରଖିଥିବା ସାଧାରଣରେ ଆଲୋଚନା ହେଉଛି। ଅନ୍ୟପକ୍ଷରେ ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ବନ୍ତ ଥାନା ଆଇଆଇସି ଆଦିତ୍ୟ ପ୍ରସାଦ ଜେନା କହିଛନ୍ତି।
୩ ନାବାଳିକା ତ୍ରିକୋଣା ଇଟାଭାଟି ନିକଟକୁ ଖେଳିବାକୁ ଯାଇଥିବା ବେଳେ ପୋଖରୀ ସ୍ଥିତ ବୁଦାମୂଳେ ଏକ ବ୍ୟାଗ୍‌ ପଡିଥିବା ଦେଖିବାକୁ ପାଇଥିଲେ। ପିଲାମାନେ ଉତ୍ସୁକତାର ସହ ବ୍ୟାଗ୍‌ ଖୋଲିବାରୁ ସେଥିରେ ଥିବା ୩ଟି ବୋମା ମଧ୍ୟରୁ ଗୋଟିଏ ବୋମା ଫୁଟିଥିଲା। ଖବର ପାଇ ସ୍ଥାନୀୟ ଲୋକେ ଓ ପୋଲିସ ପହଞ୍ଚତ୍ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଘଟଣାସ୍ଥଳରୁ ଆଉ ୨ ଅଫୁଟା ବୋମାକୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri