ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ ଭାଙ୍ଗି ନଷ୍ଟ ହୋଇଯାଇଛି । କୌଣସି ପ୍ରକାର ଅପ୍ରୀତିକର ସ୍ଥିତି ଏଡ଼ାଇବା ପାଇଁ ସେଠାରେ ପୂର୍ବରୁ ପୋଲିସ ଫୋର୍ସ ମୁତୟନ ଥିବାବେଳେ ଏଭଳି ବୋମାମାଡ଼ କରାଯିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଏହି ଘଟଣା ପରେ କଲେଜ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି। ଅପରପକ୍ଷରେ କଲେଜର ପ୍ରିନ୍ସିପାଲ ପ୍ରମୋଦ କୁମାର ପଣ୍ଡାଙ୍କୁ
ଏନେଇ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ଦୀର୍ଘ ୯ ବର୍ଷ ପରେ କଲେଜରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି। ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ କିନ୍ତୁ ଅଶାନ୍ତି ଦେଖା ଦେଇଛି। ଯେଉଁ ଇଚ୍ଛୁକ ଛାତ୍ରୀଛାତ୍ରମାନେ ନାମାଙ୍କନପତ୍ର ଦାଖଲ କରିପାରି ନାହାନ୍ତି କିମ୍ବା ଯାହାର ନାମାଙ୍କନପତ୍ର ଖାରଜ ହୋଇଯାଇଛି, ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ଚୂଡ଼ାନ୍ତ ପ୍ରାର୍ଥତ୍ପତ୍ର ଘୋଷଣା ହେବା ପରେ କେତେକ ପ୍ରାର୍ଥୀ ହୋହଲ୍ଲା ଏବଂ ନାରାବାଜି କରିବା ସହ ଅଧ୍ୟକ୍ଷ ପଣ୍ଡାଙ୍କୁ ଘେରିଥିଲେ। ଏପରି କି କଲେଜ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ମଧ୍ୟ କରିଥିଲେ। ଶନିବାର ରାତିରେ କଲେଜ ପରିସର ମଧ୍ୟରେ ବାଣ ଫୁଟିଥିବାବେଳେ ବୋମାମାଡ଼ ହେବାର ଆଶଙ୍କା ରହିଥିଲା। କିନ୍ତୁ ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ବା ପରେ କୌଣସି ଅଘଟଣ ଘଟି ନ ଥିଲା। ରବିବାର ରାତି ପ୍ରାୟ ସାଢ଼େ ୮ଟା ସମୟରେ ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟ ପ୍ରାଣୀବିଜ୍ଞାନ ବିଭାଗ ଗୃହକୁ କେହି ବୋମାମାଡ଼ କରିଛନ୍ତି। ବୋମା ମାଡ଼ରେ ଝରକା ଭାଙ୍ଗିଯାଇଥିବାବେଳେ ଆସବାବପତ୍ର ନଷ୍ଟ ହେବା ସହ କାନ୍ଥ ଫାଟିଥିବା ଦେଖିବାକୁ ମିଳିଛି। ତେବେ ବୋମା କିଏ ପକାଇଛନ୍ତି ଏବଂ କେଉଁ କାରଣରୁ ପକାଇଛନ୍ତି, ତାହା ସ୍ପଷ୍ଟ ଜଣାପଡ଼ି ନ ଥିବାବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି ବୋଲି ବାଙ୍କୀ ଆରକ୍ଷୀ ଅଧିକାରୀ ବାଳକୃଷ୍ଣ କହଁର ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

ଦୋମୁହାଁ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତି ଆମେରିକା ସମେତ ବିଶ୍ୱକୁ ବାରମ୍ବାର ଅସୁବିଧାରେ ପକାଇ ଚାଲିଛି। ଅନ୍ତର୍ଜାତୀୟ ଅର୍ଥନୈତିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ସୋମବାର ବନ୍ଦ ରହିବ ବ୍ୟାଙ୍କ? ଜାଣନ୍ତୁ RBIର ଛୁଟିଦିନ ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଯଦି ଆପଣ ସୋମବାର, ୧୨ ଅକ୍ଟୋବର ୨୦୨୬ ଦିନ କୌଣସି ଜରୁରୀ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି, ତେବେ ଘରୁ ବାହାରିବା ପୂର୍ବରୁ…

ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?