ବୋମାମାଡ଼ ପରେ ପୁରୁଷଶୂନ୍ୟ ଗାଁ : ୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ବ୍ରହ୍ମଗିରି,୮।୧୧(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରିର ନାଥପୁରରେ ସିରିଜ ବୋମାମାଡ଼ ପରେ ଗାଁ ପୁରୁଷଶୂନ୍ୟ ହୋଇଯାଇଛି। ବର୍ତ୍ତମାନ ସେଠାକାର ସ୍ଥିତି ନିୟନ୍ତ୍ରଣାଧୀନ ଥିବା ପୁରୀ ଜିଲାପାଳ ସମର୍ଥ ବର୍ମା କହିଛନ୍ତି। ଘଟଣାସ୍ଥଳରେ ୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଅତିରିକ୍ତ ଏସ୍‌ପି ସେଠାରେ ରହି ନିଜେ ପରିସ୍ଥିତିକୁ ଅନୁଧ୍ୟାନ କରୁଛନ୍ତି। ଗଣ୍ଡଗୋଳରେ ସଂପୃକ୍ତି ଅଭିଯୋଗରେ କିଛି ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି।
ସୋମବାର ଡଗ ସ୍କ୍ବାଡ ଦ୍ୱାରା ନାଥପୁର ଗାଁ ଯାଞ୍ଚ କରାଯାଇଥିଲା। ଯାଞ୍ଚବେଳେ ୩୬ଟି ଅଫୁଟା ବୋମା ମିଳିଥିଲା। ବୋମା ମାଡରେ ଘର ପୋଡ଼ି ଯାଇଥିବା ପରିବାରକୁ ପ୍ରଶାସନ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ସୂଚନାଯୋଗ୍ୟ, ସରକାରୀ ଜମି ଜବରଦଖଲ ବିବାଦକୁ ନେଇ ରବିବାର ବୋମାମାଡ଼ ହୋଇଥିଲା। ଏଥିରେ ୨୦ରୁ ଅଧିକ ଘର ଜଳି ଯାଇଥିଲା। ସାତପଡ଼ା ନାଥପୁର ଗାଁରେ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକଙ୍କ ଦ୍ୱାରା ଏହି ବୋମାମାଡ଼ କରାଯାଇଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri