ଚାଷଜମିରୁ ବୋମା ଜବତ; ଆତଙ୍କିତ ଗ୍ରାମବାସୀ, ପୋଲିସର ତଦନ୍ତ…   

ଦିଗପହଣ୍ଡି,୨୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ କୁମରଡ଼ା ଗ୍ରାମ ବଡ଼ବନ୍ଧ ପୋଖରୀ ନିକଟ ଚାଷଜମିରେ ବୋମା ଆତଙ୍କ । ରଘୁ ପ୍ରଧାନଙ୍କ ଘର ବାରିପଟ ଚାଷଜମିରୁ ମଙ୍ଗଳବାର ସକାଳେ କେତୋଟି ହାତବୋମାକୁ ପୋଲିସ ଜବତ କରି ତଦନ୍ତ ଚଳାଇଛି । ସକାଳେ ଗ୍ରାମର କିଛି ବ୍ୟକ୍ତି ଏକ ପ୍ଲାଷ୍ଟିକ ବାଲଟିରେ ବୋମା ଥିବା ଦେଖି କେ. ନୂଆଗାଁ ଥାନାକୁ ଜଣାଇଥିଲେ । ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରିବା ସହ ବୋମା ଗୁଡ଼ିକୁ ଜବତ କରି ତଦନ୍ତ ଚଳାଇଛନ୍ତି ।

ଚାଷଜମିରେ ବୋମା କିଏ ରଖିଥିଲେ, ତାଙ୍କ ଉଦ୍ଦେଶ୍ୟ କଣ ହୋଇପାରେ ସେ ନେଇ ତଦନ୍ତ ଚାଲିଛି ପୋଲିସ।ବ୍ରହ୍ମପୁର ପୋଲିସ ମୁଖ୍ୟାଳୟର ବୋମା ନିଷ୍କ୍ରିୟ ସ୍କ୍ୱାର୍ଡକୁ ଏନେଇ ଖବର ଦିଆଯାଇଥିବା ଜଣାପଡିଛି । ଟିମ୍ ସଦସ୍ୟ ବୃନ୍ଦ ପହଞ୍ଚିଲେ ବୋମା ଗୁଡ଼ିକୁ ନିଷ୍କ୍ରିୟ କରାଯିବ ବୋଲି ଆଇଆଇସି କିଶୋର କୁମାର ସାମଲ କହିଛନ୍ତି । ଖବର ପ୍ରଚାରିତ ହେବା ପରେ ଗ୍ରାମରେ ଆତଙ୍କ ଖେଳିଯାଇଛି ।

କିଛିଦିନ ହେଲା ଗ୍ରାମ ନିକଟରେ କିଛି ସାମାଜିକ ଯୁବକ ସଂଘବଦ୍ଧ ଭାବେ ବଡ଼ ଧରଣର ଜୁଆ ଆଡ୍ଡା ଚଳାଇଛନ୍ତି । ଏହି ଜୁଆଆଡ୍ଡାକୁ ବିରୋଧ କରୁଥିବା ବ୍ୟକ୍ତିମାନଙ୍କୁ ବୋମାମାଡ଼ କରିବା ପାଇଁ ଏହି ସବୁ ବୋମା ରଖାଯାଇଥିବା ନେଇ ସମ୍ପୃକ୍ତ ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ଅନ୍ୟପଟେ ଆସନ୍ତା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରତିପକ୍ଷ ଗୋଷ୍ଠୀର ଯୁବକମାନଙ୍କୁ ସଂଘବଦ୍ଧ ଆକ୍ରମଣ କରି ବୋମାମାଡ କରିବାକୁ କିଛି ବ୍ୟକ୍ତି ଏସବୁ ବୋମା ପ୍ରସ୍ତୁତ କରି ରଖିଥିବା ଆଲୋଚନା ହେଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?