ବିଜେଡି ନେତାଙ୍କ ଘରକୁ ବୋମା ମାଡ଼

କାମାକ୍ଷାନଗର, ୧୯।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଏନଏସି ୨ନଂ. ଓ୍ବାର୍ଡରେ ରହୁଥିବା ବିଜେଡି ନେତା ତଥା ଠିକାଦାର କାହ୍ନୁ ସାହୁଙ୍କ ଘର ଉପରକୁ ସୋମବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ତାଙ୍କ କାର୍‌ର ପଛ କାଚ ଭାଙ୍ଗି ଚୂରମାର୍‌ ହୋଇଯାଇଛି। କେଉଁ କାରଣରୁ ଏବଂ କିଏ ଏଭଳି କାଣ୍ଡ ଘଟାଇଛି, ତାହା ଅସ୍ପଷ୍ଟ ରହିଛି। ତେବେ ପ୍ରେମବ୍ୟାପାର କିମ୍ବା ରାଜଜୈନିକ ଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ଅଞ୍ଚଳରେ ଚର୍ଚ୍ଚା ହେଉଛି। ଦୁଇଜଣ ଯୁବକ ଏକ ବାଇକ୍‌ରେ ଆସି ପଇଁତରା ମାରିଥିଲେ। ଏହାପରେ କାହ୍ନୁଙ୍କ ଘରକୁ ଲକ୍ଷ୍ୟ କରି ୩ଟି ବୋମା ଫିଙ୍ଗିଥିଲେ। ସେଥିରୁ ୨ଟି ଫୁଟି ନ ଥିବାବେଳେ ଗୋଟିଏ ଫୁଟିଥିଲା। ବୋମା ବିସ୍ଫୋରଣ ଶବ୍ଦ ଶୁଣି ଆଖପାଖ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ସାହିବାସୀ ଉଠିପଡ଼ିଥିଲେ। ଏ ସମ୍ପର୍କରେ କାହ୍ନୁଙ୍କୁ ସେମାନେ ଜଣାଇଥିଲେ। ଅଭିଯୁକ୍ତମାନେ ଆସିବା, ଘର ପାଖରେ ପଇଁତରା ମାରିବା ଏବଂ ବୋମା ଫିଙ୍ଗିବାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ତେବେ ଦୁର୍ବୃତ୍ତମାନେ ହେଲିମେଟ ପିନ୍ଧିଥିବାରୁ ଏବଂ ବାଇକ୍‌ଟି ନମ୍ବର ବିହୀନ ହୋଇଥିବାରୁ ସେମାନଙ୍କୁ ସ୍ଥାନୀୟ ବାସିନ୍ଦା ଜାଣି ପାରି ନ ଥିବା କହିଛନ୍ତି। ଘଟଣା ପରେ ରାତ୍ରିକାଳୀନ ପାଟ୍ରୋଲିଂ କରୁଥିବା ପୋଲିସ ପହଞ୍ଚତ୍ ତନାଘନା କରିଥିଲା। ତେବେ ସେତେବେଳକୁ ଦୁର୍ବୃତ୍ତମାନେ ଚମ୍ପଟ ମାରି ସାରିଥିଲେ। ଅନ୍ୟପଟେ କାହ୍ନୁଙ୍କ କାହା ସହିତ ରାଜନୈତିକ କିମ୍ବା ବ୍ୟବସାୟିକ ଶତ୍ରୁତା ନ ଥିବା ସେ କହିଛନ୍ତି। ପୋଲିସ ନିକଟରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ ହୋଇଛି। ପୂର୍ବତନ ଜିଲା ଯୁବ ବିଜେଡି ସଭାପତି କାହ୍ନୁ ଥିଲେ ପୂର୍ବତନ ନଗରପାଳ ଯଶୋବନ୍ତ ପରିଡ଼ାଙ୍କ ଅତି ନିକଟତର। ଠିକାଦାରି ବିବାଦକୁ ନେଇ ଯଶୋବନ୍ତଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ସମ୍ପୃକ୍ତ ଅଭିଯୁକ୍ତମାନେ ଜେଲ ବାହାରକୁ ଆସିଛନ୍ତି। ତେଣୁ ସେମାନଙ୍କ ମଧ୍ୟରୁ କେତେଜଣ କାହ୍ନୁଙ୍କୁ ଟାର୍ଗେଟ କରିଥାଇପାରନ୍ତି ବୋଲି ସହରରେ ଚର୍ଚ୍ଚା ହେଉଛି। ପୋଲିସ ବିଭିନ୍ନ ଦିଗ ଏବଂ ସିସିଟିଭି ଫୁଟେଜ୍‌କୁ ନେଇ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri