ହୋଟେଲ ଉପରକୁ ବୋମାମାଡ଼

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜଧାନୀରେ କିଛିଦିନର ନୀରବତା ପରେ ଗୁରୁବାର ବୋମାମାଡ଼ ଘଟଣା ସାମ୍ନାକୁ ଆସିଛି। ମଞ୍ଚେଶ୍ୱର ଥାନାଠାରୁ କିଛି ଦୂର ରସୁଲଗଡ଼ ଛକ ନିକଟରେ ଥିବା ଊର୍ମି ହୋଟେଲ୍‌କୁ ରାତି ପ୍ରାୟ ୮ଟା ୧୫ ବେଳେ ଦୁର୍ବୃତ୍ତମାନେ ୨ଟି ବୋମା ଫିଙ୍ଗିଛନ୍ତି। ଗୋଟିଏ ବୋମା ଜୀବନ୍ତ ଥିବା ଦେଖିବାକୁ ମିଳିଛି। ଏହି ବୋମା ହୋଟେଲର ୨୦୨ ରୁମ୍‌ରେ ବାଜିଥିବା ବେଳେ ୨ଟି କାଚ ଭାଙ୍ଗିଯାଇଛି। ଏଥିରେ କୌଣସି ବଡ଼ଧରଣ କ୍ଷୟକ୍ଷତି ହୋଇନାହିଁ କି କେହି ଆହତ ହୋଇ ନାହାନ୍ତି। ନିକଟସ୍ଥ ଫ୍ଲାଏଓଭର ବ୍ରିଜ ଉପରୁ ବାଇକରେ ଯାଉଥିବା ଦୁଇ ଯୁବକ ଏହି ବୋମା ଫୋପାଡ଼ିଥିବା କେତେଜଣ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଜନଗହଳିପୂର୍ଣ୍ଣ ଅଞ୍ଚଳରେ ବୋମା ପକାଇବା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ଏନେଇ ହୋଟେଲ ମ୍ୟାନେଜର ସମରେନ୍ଦ୍ର ରାଉତ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ବୋମାମାଡ଼ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଥିଲା। ଥାନାଧିକାରୀ ସୁଧୀର କୁମାର ସାହୁ ଏବଂ ଜୋନ-୫ ଏସିପି ସଞ୍ଜୀବ ଶତପଥୀ ପ୍ରମୁଖ ହୋଟେଲରେ ପହଞ୍ଚି ତଦନ୍ତ କରିଛନ୍ତି। ସେମାନେ ସ୍ଥାନୀୟ ଲୋକ, ହୋଟେଲ କର୍ତ୍ତୃପକ୍ଷ, କର୍ମଚାରୀ ଓ ଅତିଥିମାନଙ୍କୁ ପଚରାଉରା କରିଥିଲେ। ଏସିପି କହିଛନ୍ତି, କେଉଁ କାରଣକୁ ନେଇ ଏହି ବୋମାମାଡ଼ କରାଯାଇଛି ତାହାର ବିଭିନ୍ନ ଦିଗକୁ ନେଇ ଅନୁସନ୍ଧାନ ଚାଲିଛି। କର୍ମଚାରୀ ଓ ହୋଟେଲ ମାଲିକଙ୍କୁ ପଚରାଉଚରା କଲା ପରେ ଅଧିକ କିଛି ତଥ୍ୟ ଜଣାପଡ଼ିବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ହୋଟେଲ୍‌ର ଡ୍ୟାନ୍ସ ବାର୍‌ରେ ପୂର୍ବରୁ ଘଟିଥିବା ଝଗଡ଼ା ପାଇଁ ଏହି ବୋମାମାଡ଼ ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏପରିକି ଭିନ୍ନ ଭିନ୍ନ ରାତିରେ ଉକ୍ତ ହୋଟେଲର ଡ୍ୟାନ୍ସ ବାର୍‌ରେ ଗଣ୍ଡଗୋଳ ଘଟିଥିବା ନଜିର ରହିଛି। ତେଣୁ ବୋମାମାଡ଼ର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri