ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା ପୂର୍ବରୁ ଜାନୁଆରୀ ୮, ମାର୍ଚ୍ଚ ୧ ଏବଂ ଏପ୍ରିଲ ୨ ତାରିଖରେ ଏଭଳି ତିନି ତିନିଥର ଧମକପୂର୍ଣ୍ଣ ମେଲ୍ ଆସିବା ପରେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପୂର୍ବକ ପୋଲିସ ସୁରକ୍ଷା ବାହିନୀ, ଦମକଳ ବାହିନୀ ସହ ବୋମା ନିଷ୍କ୍ରିୟକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଜିଲାକୋର୍ଟ ପରିସର ସହିତ ସିଭିଲ କୋର୍ଟ ଆଦି ସମଗ୍ର ଅଞ୍ଚଳକୁ ତନ୍ନତନ୍ନ କରି ଯାଞ୍ଚ କରିଛନ୍ତି ।
ଏନେଇ ଅତିରିକ୍ତ ଏସପି ଅଜୟ କୁମାର ମିଶ୍ର କହିଛନ୍ତି, ଏହି ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ସମ୍ବଲପୁର ପୋଲିସ କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିଛି । ବର୍ତ୍ତମାନ ପ୍ରତ୍ୟେକ ପ୍ରବେଶ ପଥରେ ଲୋକଙ୍କର ସ୍କ୍ରିନିଂ କରାଯାଉଥିବା ବେଳେ ଡିଏଫଏମଡି ଏବଂ ଏଚଏଚଏମଡି ଭଳି ଅତ୍ୟାଧୁନିକ ଯନ୍ତ୍ର ସାହାଯ୍ୟରେ କଡ଼ା ଯାଞ୍ଚ କରାଯାଉଛି। ଏଥିସହିତ ସଶସ୍ତ୍ର ପୋଲିସ ବାହିନୀ ମଧ୍ୟ ମୁତୟନ ହୋଇଛନ୍ତି । ସାଇବର ଥାନାରେ ଏନେଇ ଏକ ମାମଲା ରୁଜୁ ହୋଇଥିବା ବେଳେ ପୂର୍ବରୁ ଆସିଥିବା ଏଭଳି ଧମକପୂର୍ଣ୍ଣ ମେଲ୍‌ ଗୁଡ଼ିକ ବିଦେଶରୁ ଆସୁଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

ତଦନ୍ତକାରୀ ଦଳ ନେଦରଲାଣ୍ଡ ଏବଂ ଜର୍ମାନୀ ଭଳି ଦେଶରୁ ଆଇପି ଆଡ୍ରେସ ଚିହ୍ନଟ କରିଥିବା ବେଳେ ପ୍ରକୃତ ଅପରାଧୀଙ୍କ ପାଖରେ ପହଞ୍ଚିବା ପାଇଁ ଆନ୍ତର୍ଜାତୀୟ ନିୟମ ଅନୁସାରେ ପଦକ୍ଷେପ ନିଆଯାଉଛି। ଅନ୍ୟପଟେ ବାର୍ ଆସୋସିଏସନର ସଭାପତି ବରିଷ୍ଠ ଆଇନଜୀବୀ ଡ.ପ୍ରମୋଦ ରଥ ପୋଲିସର କାର୍ଯ୍ୟାନୁଷ୍ଠାନକୁ ସ୍ୱାଗତ କରିବା ସହ ଅଧିକ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଅପରାଧୀମାନେ ବାରମ୍ବାର ନିଜର ରଣନୀତି ବଦଳାଉଥିବାରୁ ପୋଲିସ ଏବେ ବୈଷୟିକ ଜ୍ଞାନକୌଶଳ ଓ ଏକ୍ସପର୍ଟଙ୍କ ସହାୟତାରେ ଏହି ରହସ୍ୟ ଉପରୁ ପରଦା ହଟାଇବାକୁ ଚେଷ୍ଟା ଜାରି ରଖିବା ଆବଶ୍ୟକ ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri