ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ବେଳେ ଅତିରିକ୍ତ ପୋଲିସ ଟିମ୍  ମୁତୟନ କରାଯାଇଛି।

ସୂଚନା ଅନୁଯାୟୀ, ବୋମା ଥିବା ନେଇ ଧମକ ମିଳିବା ପରେ ପୋଲିସ ତୁରନ୍ତ କୋର୍ଟ ପରିସରକୁ ସୁରକ୍ଷା ବଳୟ ମଧ୍ୟକୁ ନେଇଥିଲା। ପରେ ବୋମା ନିଷ୍କ୍ରିୟକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି କୋର୍ଟ ପରିସରରେ  ଖୋଜାଖୋଜି  ଅଭିଯାନ ଆରମ୍ଭ କରିଥିଲେ। ସନ୍ଧାନୀ କୁକୁର ଓ ଅନ୍ୟାନ୍ୟ ଉପକରଣ ସହାୟତାରେ ପରିସରର ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଉଛି।

ସୁରକ୍ଷା ଦୃଷ୍ଟିରୁ କୋର୍ଟ ପରିସରରେ ପ୍ରବେଶ ଓ ଯାତାୟାତ ଉପରେ କଡ଼ା ନଜର ରଖାଯାଇଛି। ବରିଷ୍ଠଖୋ ଅଧିକାରୀମାନେ ସ୍ଥିତିର ସମୀକ୍ଷା କରୁଥିବା ବେଳେ କିଏ ଏହି ଧମକ ଦେଇଛନ୍ତି ଜାଣିବା ପାଇଁ  ତଦନ୍ତ ଆରମ୍ଭ କରାଯାଇଛି।

ଶେଷ ଖବର ସୁଦ୍ଧା କୋର୍ଟ ପରିସରରୁ କୌଣସି ସନ୍ଦେହଜନକ ବସ୍ତୁ କିମ୍ବା ବିସ୍ଫୋରକ ସାମଗ୍ରୀ ଠାବ ହୋଇନଥିବା ବେଳେ ପୋଲିସ ପକ୍ଷରୁ ସଘନ ଯାଞ୍ଚ ଜାରି ରହିଛି। ତଦନ୍ତ ସରିବା ପରେ ଘଟଣା ସମ୍ପର୍କରେ ଅଧିକ ସୂଚନା ଦିଆଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?