Posted inଜାତୀୟ

ଦିଲ୍ଲୀ ସ୍କୁଲକୁ ବୋମାରେ ଉଡ଼ାଇବା ଧମକ…

ନୂଆଦିଲ୍ଲୀ,୨୬।୪ : ଦେଶର ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ଆସିଛି। ଦିଲ୍ଲୀର ମଥୁରା ରୋଡରେ ଥିବା ଦିଲ୍ଲୀ ପବ୍ଲିକ ସ୍କୁଲକୁ ଇ-ମେଲ ମାଧ୍ୟମରେ ବୋମାରେ ଉଡାଇବା ଧମକ ମିଳିଛି। ଦିଲ୍ଲୀ ଅଗ୍ନିଶମ ସେବା କହିଛି , ତଦନ୍ତ ଚାଲିଛି। ଦିଲ୍ଲୀ ପୋଲିସ ସମେତ ଅନ୍ୟ ଦଳ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।

ସୂଚନାନୁସାରେ, ଡିପିଏସକୁ ବୋମାରେ ଉଡାଇବା ଧମକ ମିଳିବା ପରେ ଉତ୍ତେଜନା ଦେଖାଦେଇଥିଲା।ଇ-ମେଲ ମାଧ୍ୟମରେ ବୋମା ଉପସ୍ଥିତି ସମ୍ପର୍କରେ ସୂଚନା ଦିଆଯାଇଛି। ସକାଳ ୮ଟା ୧୦ରେ କଲ ମାଧ୍ୟମରେ ବିଦ୍ୟାଳୟ ପକ୍ଷରୁ ପିସିଆରକୁ ସୂଚନା ଦିଆଯାଇଥିଲା। ଏହା ପରେ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲା।

ଏହାପୂର୍ବରୁ, ଏପ୍ରିଲ ୧୨ରେ ଦକ୍ଷିଣ ଦିଲ୍ଲୀର ଡିଫେନ୍ସ କଲୋନୀ ପୋଲିସ ଷ୍ଟେଶନ ଅଧୀନରେ ଥିବା ସାଦିକ ନାଗରରେ ଅବସ୍ଥିତ ଏକ ସ୍କୁଲରେ ବୋମା ବିସ୍ଫୋରଣ ହୋଇଥିବା ଜଣାପଡିଛି। ଧମକ ପରେ ବିଶୃଙ୍ଖଳା ହୋଇଥିଲା। ବିଦ୍ୟାଳୟ ପ୍ରଶାସନ ଦ୍ୱାରା ପରିବାର ସଦସ୍ୟଙ୍କ ହ୍ବାଟସ ଆପ ଗ୍ରୁପ ଉପରେ ଏକ ବାର୍ତ୍ତା ପ୍ରଦାନ କରି ସେମାନଙ୍କୁ ତୁରନ୍ତ ବିଦ୍ୟାଳୟରେ ପହଞ୍ଚିବା ଏବଂ ପିଲାମାନଙ୍କୁ ଘରକୁ ନେବା ଉଚିତ ବୋଲି କୁହାଯାଇଥିଲା। ଏହି ଖବର ପାଇବା ମାତ୍ରେ ବିଦ୍ୟାଳୟ ବାହାରେ ଲୋକଙ୍କ ଭିଡ଼ ଜମି ଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri