Posted inଜାତୀୟ

ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀର ଗ୍ରେଟର କୈଳାଶ ଅଞ୍ଚଳରେ ଥିବା ଏକ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବା ପରେ ପୋଲିସ ସଜାଗ ହୋଇଯାଇଛି। ଏକ ଇମେଲ ଜରିଆରେ ଏହି ଧମକ ଦିଆଯାଇଥିଲା। ହେଲେ ପୋଲିସ ଯାଞ୍ଚ ପରେ ଉକ୍ତ ସ୍କୁଲରୁ ସେମିତି କିଛି ମିଳି ନ ଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଗୁରୁବାର ଉକ୍ତ ସ୍କୁଲକୁ ବୋମରେ ଉଡାଇ ଦେବାକୁ ଧମକ ଦିଆଯାଇଥିଲା। ଏହାପରେ ସ୍କୁଲକୁ ପୋଲିସ ତନ୍ନ ତନ୍ନ କରି ଯାଞ୍ଚ କରିଥିଲା। ମଧ୍ୟରାତ୍ରୀରେ ସ୍କୁଲକୁ ଏପରି ଏକ ମେଲ କରାଯାଇଥିଲା। ପୋଲିସ ସହ ବୋମା ନିଷ୍କ୍ରିୟକାରୀ ଟିମ୍‌ ସେଠାରେ ପହଞ୍ଚିବା ପରେ ଯାଞ୍ଚ କରିଥିଲେ ହେଲେ ସେମିତି କୌଣସି ସନ୍ଦିଗ୍ଧ ବସ୍ତୁ ସେଠାରୁ ମିଳି ନ ଥିଲା।
ସୂଚନାଯୋଗ୍ୟ, ଗୋଟିଏ ମାସ ପୂର୍ବରୁ ଦିଲ୍ଲୀର ପ୍ରାୟ ୧୫୦ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ ଦିଆଯାଇଥିଲା। ଏହି ଇମେଲ ହଙ୍ଗେରୀର ରାଜଧାନୀ ବୁଦାପେଷ୍ଟରୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri